ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ୱର: ଗୁରୁବାର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨ ଦିନରେ ଏହା ଅଧିକ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ ବୋଲି ଜଣାଯାଇଛି । ଏହା ପ୍ରଭାବରେ ବର୍ଷାର ପରିମାଣ ବଢ଼ିବ। ଆଗାମୀ ୭ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ।