ଆଜି ଏହିସବୁ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ । ବଙ୍ଗୋପାସଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ବର୍ଷା ହେଉଛି। ବିଶେଷକରି ପଶ୍ଚିମ ଓ କେନ୍ଦ୍ରୀୟ ଓଡ଼ିଶା ଏବଂ ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଗତକାଲି ସ୍ଥାନେସ୍ଥାନେ ପ୍ରବଳ ବର୍ଷା ହୋଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୩ ଦିନ ଯାଏଁ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଆଜି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡା ଜିଲ୍ଲାରେ ଏବଂ ସୋମବାର କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡା ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।