୨୧ରୁ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ। ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଏହି ସମୟରେ ଆଶ୍ୱସ୍ତି କର ସୂଚନା ଦେଇଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ।
ସେ କହିଛନ୍ତି,୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।୨୦ ତାରିଖ ବେଳରୁ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୧ ଓ ୨୨ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାରେ କାଳବୈଶାଖୀ ସହ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। ଯାହାର ଫଳରେ ଦିନ ତାପମାତ୍ରା ୨ରୁ ୩ଡିଗ୍ରୀ ଖସିବାର ପୂର୍ବାନୁମାନ କରାଯାଇଛି। ସେ ଆହୁରି କହିଛନ୍ତି, ରାଜ୍ୟରେ ୨୦ ତାରିଖ ପର୍ୟ୍ୟନ୍ତ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଏହି ସମୟରେ ଦିନ ତାପମାତ୍ରା ଶିଖର ଛୁଇଁବା ସମ୍ଭାବନା ରହିଛି। କେତେକ ସ୍ଥାନରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁବାର ସମ୍ଭାବନା ରହିଛି। ଆଜିଠୁ ୨୦ ତାରିଖ ପର୍ୟ୍ୟନ୍ତ କିଛି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ୨୦ ତାରିଖ ବେଳରୁ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୧ ଓ ୨୨ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାରେ କାଳବୈଶାଖୀ ସହ ବର୍ଷା ଓ ପବନ ହେବାର ସମ୍ଭାବନା ରହିଛି। ଯାହାର ଫଳରେ ଦିନ ତାପମାତ୍ରା ୨ରୁ ୩ଡିଗ୍ରୀ ଖସିବାର ପୂର୍ବାନୁମାନ କରାଯାଇଛି। ବାୟୁ ମଣ୍ଡଳର ଉପରି ଭାଗରେ ନିମ୍ନ ଚାପ ରେଖା ସୃଷ୍ଟି ହେବା ଯୋଗୁ ବର୍ଷା ହେବାର ସମ୍ଭାବନା ରହିଛି।