୩ ଜିଲ୍ଲାକୁ ରେଡ ଆଲର୍ଟ: ପ୍ରବଳ ବର୍ଷା

ଭୁବନେଶ୍ୱର: ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଶେଷ ହୋଇଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ଭୀଷଣ ବାତ୍ୟାର ରୂପ ନେଇଥିବା ‘ଦାନା’ ଦୁର୍ବଳ ହୋଇ ଆଜି ବାତ୍ୟାରେ ପରିଣତ ହୋଇଛି। ଦୁର୍ବଳ ହୋଇ ଘଣ୍ଟାକୁ ଏହା ୧୦ କିମି ବେଗରେ ଗତି କରୁଛି । ଏଥିସହ ଉତ୍ତର ଉତ୍ତରପଶ୍ଚିମ ଦିଗ ଆଡକୁ ଗତି କରୁଛି । ତେବେ ବାତ୍ୟା ଲ୍ୟାଣ୍ଡଫଲ ପରେ ୩ ଜିଲ୍ଲାକୁ ରେଡ ଆଲର୍ଟ ଜାରି ହୋଇଛି। ଅତି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜକୁ ରେଡ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହୋଇଛି। ଗତକାଲି ମଧ୍ୟ ରାତ୍ରିରେ ଏହା ଭିତରକନିକାର ହବାଳିଖଟି ନେଚରକ୍ୟାମ୍ପ ନିକଟରେ ମାଡ଼ ହୋଇଥିବା ବେଳେ ଆରମ୍ଭ ହୋଇଯାଇଥିଲା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା। ଏହି ପ୍ରକ୍ରିୟା ଆଜି ସକାଳେ ଶେଷ ହୋଇଥିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ଗତକାଲି ଭୀଷଣ ବାତ୍ୟାର ରୂପ ନେଇଥିବା ‘ଦାନା’ ଦୁର୍ବଳ ହୋଇ ଆଜି ବାତ୍ୟାରେ ପରିଣତ ହୋଇଛି। ଦୁର୍ବଳ ହୋଇ ଘଣ୍ଟାକୁ ଏହା ୧୦ କିମି ବେଗରେ ଗତି କରୁଛି । ଏଥିସହ ଉତ୍ତର ଉତ୍ତରପଶ୍ଚିମ ଦିଗ ଆଡ଼େ ଗତି କରୁଛି ।‘ଦାନା’ ବାତ୍ୟାରେ ପରିଣତ ହେବା ପରେ ସ୍ଥଳ ଭାଗରେ ପବନର ବେଗ ୮୦ରୁ ୯୦ କିମି ରହିଛି । ଦଲକା ପବନର ବେଗ ୧୦୦ କିମି ପର୍ୟ୍ୟନ୍ତ ରହିଛି ।‘ବାତ୍ୟା’ ଦାନା ପ୍ରଭାବରେ ଗତ ରାତିରେ ବିଭିନ୍ନ ସ୍ଥାନରେ ଚାଳଛପର ଘର ସହ ଅନେକ ଆଜବେଷ୍ଟସ ଘର ନଷ୍ଟ ହୋଇଛି।