୨୦ରୁ ୨୬ ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା

୨୦ରୁ ୨୬ ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ  ପ୍ରବଳ ବର୍ଷା

ଭୁବନେଶ୍ୱର:  କାଳବୈଶାଖୀ ଆସୁଛି। ରାଜ୍ୟରେ ତାତି କମିବ।  ରାଜ୍ୟବାସୀ ଆଶ୍ୱସ୍ତ ହେବେ। ଗୁରୁଚାପ ବଳୟ ପ୍ରଭାବରେ ଆସନ୍ତା ୨୦ରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରବିବାର ରାତିରେ ନୟାଗଡ଼ ଜିଲା ଦଶପଲ୍ଲାରେ କାଳବୈଶାଖୀ ରଚିଛି ତାଣ୍ଡବ । କାଳବୈଶାଖୀ ପ୍ରଭାବରେ ଅଚାନକ ପବନ ସାଙ୍ଗକୁ କଳାହାଣ୍ଡିଆ ମେଘ ଆସିଥିଲା। ତାପରେ ବର୍ଷା। ହେଲେ ବର୍ଷା ପୂର୍ବରୁ ହୋଇଥିବା ପ୍ରବଳ ଝଡ ତୋଫାନରେ ବଡ ବଡ ଗଛ ଉପୁଡି ପଡିଥିଲା। ଝଡ଼ ତୋଫାନ ଯୋଗୁ ଅଞ୍ଚଳରେ ବିଦ୍ୟୁତ ସରବରାହ ପ୍ରାୟ ୧ ଘଣ୍ଟା ଧରି ବନ୍ଦ ରହିଥିଲା। ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି କଟର ସାହାଯ୍ୟରେ ଉପୁଡି ପଡିଥିବା ଗଛ ଡାଳ କାଟି ରାସ୍ତା ସଫା କରିଥିଲେ। ପରବର୍ତ୍ତୀ ସମୟରେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଥିଲା।