୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ରାଜ୍ୟର ୪ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆଗାମୀ ୩ ଘଣ୍ଟା ପର୍ଯ୍ୟନ୍ତ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ବାଲେଶ୍ବର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା ଓ ମାଲକାନଗିରି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଓ ଘଡ଼ଘଡ଼ି ଘଡ଼ଘଡ଼ି ସହ ଝଟକା ପବନ ହେବାର ସମ୍ଭାବନା ରହିଛି । ଜୁଲାଇ ୨୮ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ମାଲକାନଗିରି, କୋରାପୁଟ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ା । ଏହିସବୁ ଜିଲ୍ଲାରେ ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ହେବାର ସମ୍ଭାବନା ରହିଛି ।
ସେହିପରି ଜୁଲାଇ ୨୯ ତାରିଖ ପାଇଁ ମଧ୍ୟ ଅନେକ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ହେଉଛି ସୁନ୍ଦରଗଡ଼ ଓ କେନ୍ଦୁଝର । ଏହି ୨ଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ମୟୂରଭଞ୍ଜ, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ଦେବଗଡ଼, ଢେଙ୍କାନାଳ, ଯାଜପୁର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, କେନ୍ଦୁଝର, ସୁନ୍ଦରଗଡ଼, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ଘଡ଼ଘଡ଼ି ସହ ଝଟକା ପବନ ହେବାର ସମ୍ଭାବନା ରହିଛି । ସେପଟେ ଆସନ୍ତାକାଲି ଓଡ଼ିଶା ଉପକୂଳ, ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳରେ ଏବଂ ଏହାର ଆଖପାଖରେ ୩୫ରୁ ୪୫ କି.ମି ବେଗରେ ପବନ ବହିବା ସହ ଝଡ଼ବର୍ଷାର ସମ୍ଭାବନା ରହିଛି । ସମୁଦ୍ର ପରିସ୍ଥିତି ଅଶାନ୍ତରୁ ଅତି ଅଶାନ୍ତ ରହିପାରେ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।