ଆଜିଠାରୁ ରାଜ୍ୟରେ ବଢ଼ିବ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ସହ ମୌସୁମୀ ଟ୍ରାପ୍ ଲାଇନ୍ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବଢ଼ିବ ବର୍ଷା। ଆଜି ଓ ଆସନ୍ତାକାଲି ଦୁଇ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ ଓ ନୟାଗଡ଼ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ବୌଦ୍ଧ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।