ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଜୟନ୍ତୀ ପାଳିତ

 ଭୁବନେଶ୍ୱର:  ସୂଚନା ଓ ଲୋକସଂପର୍କ ବିଭାଗ ଏବଂ ପୂଜ୍ୟପୂଜା ସାହିତ୍ୟ ସଂସଦ, ଭୁବନେଶ୍ୱରର ମିଳିତ ଆନୁକୂଲ୍ୟରେ ଆଜି ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉସôବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ପ୍ରାକ୍ତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ରାଜ୍ୟ ଶାସନ, ରାଜନୈତିକ ଜୀବନ ଓ ଜନସଂପର୍କ ଉପରେ ଆଲୋକପାତ କରିଥିଲେ । ଆସ୍କା ଲୋକ ସଭା ସାଂସଦ ଅନିତା ଶୁଭଦର୍ଶିନୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କୁ ଉକôଳ ପ୍ରଦେଶ ଗଠନର ଅନ୍ୟତମ କର୍ଣ୍ଣଧାର ବୋଲି ଅଭିହିତ କରିଥିଲେ । ଖଲ୍ଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଜୀବନୀ ଓ ଆଦର୍ଶ ନେଇ ବକ୍ତବ୍ୟ ରଖିଥିଲେ । ସୂଚନା ଓ ଲୋକସଂପର୍କ ବିଭାଗ ନିଦେ୍ର୍ଦଶକ ସରୋଜ କୁମାର ସାମଲ କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ପ୍ରାରମ୍ଭରେ ଅତିଥିମାନେ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ସଭାପରେ ପୂଜ୍ୟପୂଜା ସାହିତ୍ୟ ସଂସଦ, ଭୁବନେଶ୍ୱର ଆନୁକୂଲ୍ୟରେ ଗଞ୍ଜାମର ପ୍ରସିଦ୍ଧ ପାରମ୍ପରିକ ଲୋକ ନୃତ୍ୟ ଓ ସଂଗୀତ ପରିବେଷିତ ହୋଇଥିଲା । ପୂଜ୍ୟପୂଜା ସାହିତ୍ୟ ସଂସଦର ସଂପାଦକ ମହେଶ୍ୱର ବରା ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ସୂଚନା ଓ ଲୋକସଂପର୍କ ବିଭାଗର ନିଦେ୍ର୍ଦଶକ (ବୈଷୟିକ) ସୁରେନ୍ଦ୍ର ନାଥ ପରିଡ଼ା, ଅତିରିକ୍ତ ନିଦେ୍ର୍ଦଶକ ସନ୍ତୋଷ କୁମାର ଦାସ, ଜୟଦେବ ଭବନର ଉପନିଦେ୍ର୍ଦଶକ ଦିପ୍ତିମୟୀ ମହାପାତ୍ର, ସୂଚନା ଓ ଲୋକସଂପର୍କ ବିଭାଗର ବହୁ ବରିଷ୍ଠ ଅଧିକାରୀ ଏବଂ କର୍ମଚାରୀଙ୍କ ସମେତ ଛାତ୍ରଛାତ୍ରୀ, ଗଣମାଧ୍ୟମର ପ୍ରତିନିଧା ଏବଂ ବୁଦ୍ଧିଜୀବୀ ଯୋଗ ଦେଇଥିଲେ । ସାଗର ବେହେରା କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ । ସେହିପରି ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଜୟନ୍ତୀ ଅବସରରେ ଏଜି ଛକରେ ଥିବା ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ପ୍ରତିମୂର୍ତ୍ତିରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରଫୁଲ୍ଲ ସାମଲ, ସୂଚନା ଓ ଲୋକସମ୍ପର୍କ ବିଭାଗର ନିଦେ୍ର୍ଦଶକ ସରୋଜ କୁମାର ସାମଲ, ବିଭାଗର ନିଦେ୍ର୍ଦଶକ (ବୈଷୟିକ) ସୁରେନ୍ଦ୍ରନାଥ ପରିଡ଼ାଙ୍କ ସମେତ ବିଭାଗର ଅନ୍ୟାନ୍ୟ ଅଧିକାରୀ ଓ କର୍ମଚାରୀ, ଆଚାର୍ଯ୍ୟ ବିହାର ପରିଷଦର ସମ୍ପାଦକ ତଥା ବିଭିନ୍ନ ସାମାଜିକ ଅନୁଷ୍ଠାନ କର୍ମକର୍ତ୍ତା ପ୍ରମୁଖ ଶ୍ରଦ୍ଧାଶୁମାନ ଅର୍ପଣ କରିଛନ୍ତି । ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୁଲ୍ୟରେ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ କରାଯାଉଥିବା ପରିପ୍ରେକ୍ଷୀରେ ଅତିଥିମାନଙ୍କ ସହ ବିଭାଗର ବହୁ ଅଧିକାରୀ ଏବଂ କର୍ମଚାରୀ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ଯୋଗଦେଇ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପର୍ଘ୍ୟ ଅର୍ପଣ କରିଥିଲେ ।