ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍

ବ୍ରହ୍ମପୁର: ସ୍ବତନ୍ତ୍ର ପୋକ୍ସୋ ଜଜ୍ ପ୍ରଣତି ପଟ୍ଟନାୟକ ଏକ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ କରିଛନ୍ତି। ସେ ଜଣେ ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ହେଲେ ବଡ଼ଗଡ଼ ଥାନା ଅଞ୍ଚଳର ଦୈତ୍ୟ ଓରଫ ଫକୀର ନାଇକ(୨୦)। ଜେଲ୍ ଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ରହିଛି। ସେହିପରି ପୀଡ଼ିତାଙ୍କୁ ସାଢେ ୧୦ଲକ୍ଷ ଟଙ୍କା ସହାୟତା ଦେବାକୁ ଡିଏଲଏସଏଙ୍କୁ ଜଜ ନିର୍ଦ୍ଦେଶ ଦେଇଛନ୍ତି। ରାୟ ପ୍ରକାଶ ବେଳେ ଗିରଫ ପରଠାରୁ ମଣ୍ଡଳ କାରାଗାରରେ ବିଚାରାଧୀନ ବନ୍ଦୀ ଥିବା ଦୈତ୍ୟଙ୍କୁ କୋର୍ଟରେ ହାଜର କରାଯାଇଥିଲା। ୭ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଜଜ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର (ପିପି) ନାରାୟଣ ପଣ୍ଡା ମୋକଦ୍ଦମା ପରିଚାଳନା କରୁଥିଲେ।