ରଥ ଉପରେ ଛେରାପହଁରା ନୀତି ସମ୍ପନ୍ନ

ଚତୁର୍ଦ୍ଧାମୂର୍ତ୍ତି ରଥାରୂଢ଼ ହେବାପରେ ରଥ ଉପରେ ସମ୍ପନ୍ନ ହେଲା ଛେରାପହଁରା ନୀତି । ରଥଯାତ୍ରାର ଅନ୍ୟତମ ମୁଖ୍ୟ ଆକର୍ଷଣ ହେଉଛି ପୁରୀ ଗଜପତି ମହାରାଜାଙ୍କ ତିନି ରଥ ଉପରେ ଛେରାପହଁରା ସେବା । ଏହି ଛେରାପହଁରା ନୀତିକୁ ଦେଖିବା ଲାଗି ଲକ୍ଷାଧିକ ଭକ୍ତଙ୍କ ସମାଗମ । କାହିଁ କେଉଁ ଆଦ୍ୟକାଳରୁ ଏହି ପରମ୍ପରା ରହି ଆସିଛି । ଛେରା ଓ ପହଁରା ଦୁଇଟି ଶବ୍ଦର ସମ୍ମିଶ୍ରଣରେ ଛେରାପହଁରା ଶବ୍ଦର ସୃଷ୍ଟି। ଛେରା ଶବ୍ଦର ଅର୍ଥ ତରତଳା, ଯାହାକି ବହଳିଆ ଘୋରା ଚନ୍ଦନକୁ ବୁଝାଏ । ପହଁରା ଶବ୍ଦର ଅର୍ଥ ଓଳାଇବା । ଛେରାପହଁରା ନୀତି ମଧ୍ୟରେ ମୁଖ୍ୟତଃ ଦର୍ଶନ, ରାଜନୀତି, ବନ୍ଦାପନା, କର୍ପୂର ବର୍ତ୍ତକ, ଚାମର, ଆଲଟ ସେବା, ପୟମାଳା ଗ୍ରହଣ ଆଦି ଅନ୍ତର୍ଭୁକ୍ତ । ସମ୍ପୂର୍ଣ୍ଣ ରାଜକୀୟ ବେଶରେ ଛେରାପହଁରା ନୀତି କରନ୍ତି ଗଜପତି ମହାରାଜା । ନୀତି ସରିବା ଯାଏଁ ଗଜପତି ମହାରାଜା ଉପବାସ ରୁହନ୍ତି । ଛେରାପହଁରା ନୀତି ସରିବା ପରେ ତାମଯାନରେ ଗଜପତି ମହାରାଜା ପଟୁଆର ସହ ଶ୍ରୀନଅର ଅଭିମୁଖେ ଯାତ୍ରା କରିଥାନ୍ତି ।