ରତ୍ନ ଭଣ୍ଡାର ଖୋଲିବାକୁ ନେଇ ବଡ଼ ନିଷ୍ପତ୍ତି
ପୁରୀ : ପୁରୀରେ ବସିଥିବା ରତ୍ନ ଭଣ୍ଡାର ଯାଞ୍ଚ କମିଟିର ବୈଠକରେ ଆଜି ରତ୍ନଭଣ୍ଡାର ଚାବି ଉପରେ ଫୋକସ କରାଯାଇଛି । ଚାବି ମଳିବା ପରେ ରତ୍ନଭଣ୍ଡାର ଖୋଲାହେବ। ପରେ ଗଣତି ମଣତି ହେବ। ଭଣ୍ଡାର ଖୋଲିବା ନେଇ ତାରିଖ ଘୋଷଣା ହୋଇନଥିବା ସୂଚନା ମିଳିଛି ।
ଆସନ୍ତା ୯ ତାରିଖ ବୈଠକରେ ମୁଖ୍ୟ ପ୍ରଶାସକ ଚାବି ଉପସ୍ଥାପନ କରିବେ ବୋଲି ଜଣାପଡ଼ିଛି । ରତ୍ନଭଣ୍ଡାର ଯାଞ୍ଚ କମିଟି ଆଗରେ ଚାବି ଉପସ୍ଥାପନ କରିବେ ମୁଖ୍ୟ ପ୍ରଶାସକ । ଚାବି ଉପସ୍ଥାପନ ହେଲା ପରେ କେବେ ଖୋଲାଯିବ ସେହିଦିନ ନିଷ୍ପତ୍ତି ନେବେ କମିଟି । କେବେ ରତ୍ନଭଣ୍ଡାର ଖୋଲାଯିବ ପ୍ରଶ୍ନରେ ଆସନ୍ତା ୯ ତାରିଖରେ ନିଷ୍ପତ୍ତି ନିଆଯିବ ବୋଲି ରତ୍ନଭଣ୍ଡାର କମିଟି ବୈଠକ ପରେ ଜଷ୍ଟିସ ବିଶ୍ବନାଥ ରଥ ସୂଚନା ଦେଇଛନ୍ତି । ଡୁପ୍ଲିକେଟ ଚାବି ଟ୍ରେଜେରୀରେ ଥିବା ସ୍ପଷ୍ଟ ହୋଇଛି ବୋଲି ଜଷ୍ଟିସ ରଥ କହିଛନ୍ତି ।