ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଅସୁସ୍ଥ

 ଭୁବନେଶ୍ୱର:  ଅସୁସ୍ଥ ହୋଇପଡିଛନ୍ତି ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ତଥା ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । ସ୍ୱାସ୍ଥ୍ୟାବସ୍ଥା ବିଗିଡିବା ପରେ ତାଙ୍କୁ ଚେନ୍ନାଇର ଆପୋଲ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି । ଗ୍ୟାସଜନିତ ସମସ୍ୟା ଦେଖାଦେବାରୁ ତାଙ୍କୁ ତୁରନ୍ତ ଆପୋଲୋ ହସ୍ପିଟାଲ୍କୁ ନିଆଯାଇଥିଲା । ସୂଚନା ମୁତାବକ, ସୋମବାର ରାତିରେ ଶକ୍ତିକାନ୍ତ ଦାସ ଛାତିରେ ଜଳାପୋଡା ସାଙ୍ଗକୁ ଯନ୍ତ୍ରଣା ଅନୁଭବ କରିଥିଲେ । ଏହାପରେ ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତରମାନେ ତାଙ୍କ ଚିକିସôା କରିଛନ୍ତି । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଅଛି ।