ଟିପିଏନଓଡିଏଲକୁ ହେଲ୍ଥ କେୟାର ଇନିସିଏଟିଭ ଇନ୍ ଦ ରିଜନ୍ ସମ୍ମାନ 

ାା ପ୍ରଭାନୁ୍ୟଜ ।ା ଯାଜପୁର: ସାମାଜିକ ଦାୟିତ୍ୱବୋଧତା କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ତଥା ଆଞ୍ଚଳିକ ସ୍ତରରେ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ଯୋଗାଣ ପାଇଁ ଟିପିଏନଓଡିଏଲକୁ ‘ବେଷ୍ଟ ହେଲ୍ଥ କେୟାର ଇନିସିଏଟିଭ ଇନ୍ ଦ ରିଜନ୍’ ସମ୍ମାନରେ ସମ୍ମାନିତ କରାଯାଇଛି । ଭୁବନେଶ୍ୱରରେ ଓଡିଶା ସିଏସଆର ଫୋରମ୍ ଦ୍ୱାରା ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଟିପିଏନଓଡିଏଲକୁ ଏହି ସମ୍ମାନ ପ୍ରଦାନ କରାଯାଇଛି । ନିଜର ଉପଭୋକ୍ତାମାନଙ୍କୁ ଗୁଣାତ୍ମକ ବିଜୁଳି ସେବା ଯୋଗାଇବା ଦିଗରେ ସର୍ବଦା ଗୁରୁତ୍ତ୍ୱ ଦେବା ସହ ସାମାଜିକ ଦାୟିତ୍ୱବୋଧତା ତଥା ସିଏସଆର ବିନିଯୋଗ କ୍ଷେତ୍ରରେ ‘ଟିପିଏନଓଡିଏଲ’ ଗୁରୁଦାୟିତ୍ତ୍ୱ ବହନ କରୁଛି । ଉପାନ୍ତ ଓ ଗ୍ରାମାଞ୍ଚଳରେ ମୌଳିକ ସ୍ୱାସ୍ଥ୍ୟ ସେବା ଯୋଗାଇବା ପାଇଁ ଆରମ୍ଭ କରାଯାଇଥିବା ଭ୍ରାମ୍ୟମାଣ ସ୍ୱାସ୍ଥ୍ୟସେବା ଗାଡି ଜନସାଧାରଣଙ୍କ ପାଇଁ ବରଦାନ ସାଜିଛି । ବିଗତ କିଛି ବର୍ଷ ମଧ୍ୟରେ ୩ଲକ୍ଷରୁ ଅଧିକ ଲୋକଙ୍କୁ ମାଗଣାରେ ସ୍ୱାସ୍ଥ୍ୟସେବା ଓ ଔଷଧ ଟିପିଏନଓଡିଏଲ ଯୋଗାଇଛି । ଏସମ୍ପର୍କରେ ସୂଚନା ଦେଇ ଟିପିଏନଓଡିଏଲ ସିଇଓ ଦ୍ୱିଜଦାସ ବସାକ କହିଛନ୍ତି ଯେ, ମାଗଣା ମୋବାଇଲ ସ୍ୱାସ୍ଥ୍ୟ ସେବା ନିମିତଭ୍ରାମ୍ୟମାଣ ଆମ୍ବୁଲାନ୍ସ ବାଲେଶ୍ୱର ଜିଲ୍ଲା ସମେତ ଯାଜପୁର, କେନ୍ଦୁଝର, ଭଦ୍ରକ, ଓ ମୟୂରଭଞ୍ଜ ଜିଲାର ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଆରମ୍ଭ କରାଯାଇଛି । ପ୍ରତ୍ୟେକ ଜିଲ୍ଲା ପାଇଁ ଗୋଟିଏ ଲେଖାଏଁ ମୋଟ ୫ଟି ଭ୍ରାମ୍ୟମାଣ ଆମ୍ବୁଲାନ୍ସ ଉପଲବ୍ଧ କରାଯାଇଥିବା ବେଳେ ଏଯାବତ ମୋଟ ୧୯୯୭ଟି ସ୍ୱାସ୍ଥ୍ୟ କ୍ୟାମ୍ପ ଆୟୋଜନ କରାଯାଇଛି । ଏହି ଆମ୍ବୁଲାନ୍ସ ଆଦିବାସୀ, ଉପାନ୍ତ ଓ ଗ୍ରାମାଞ୍ଚଳ ଗସ୍ତ କରି ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ମାଗଣା ସ୍ୱାସ୍ଥ୍ୟ ସେବା ଯୋଗାଉଛି । ଆମ୍ବୁଲାନ୍ସଗୁଡିକରେ ଅତ୍ୟାବଶ୍ୟକୀୟ ଚିକିତ୍ସା ଉପକରଣ ଓ ଔଷଧ ସହ ଜଣେ ଲେଖାଏଁ ଡାକ୍ତର, ଫାର୍ମାସିଷ୍ଟ, ଏଏନଏମ ଏବଂ ଡ୍ରାଇଭର ନିଯୋଜିତ ହୋଇଛନ୍ତି । ଚିକିତ୍ସା ସେବା ସହିତ ଲୋକଙ୍କୁ ସ୍ୱାସ୍ଥ୍ୟ ସମ୍ପର୍କିତ ବିଭିନ୍ନ ସଚେତନ କରିବା ଦିଗରେ ମଧ୍ୟ ଏହି ଆମ୍ବୁଲାନ୍ସ କାର୍ଯ୍ୟ କରୁଥିବା ସେ ଦର୍ଶାଇଛନ୍ତି । ତେବେ ଟିପିଏନଓଡିଏଲ ପକ୍ଷରୁ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଦ୍ୱିଜଦାସ ବସାକ, ସିଏସଆର ମୁଖ୍ୟ ଦିଲ୍ଲୀପ କୁମାର ସାହୁ ପ୍ରମୁଖ ଉପସ୍ଥିତ ରହି ଏହି ସମ୍ମାନଜନକ ପୁରସ୍କାର ଗ୍ରହଣ କରିଥିଲେ ।