‘ସାବିତ୍ରୀ’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

sabitri

‘ସାବିତ୍ରୀ’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି  । ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି  ।
ସୂଚନାଯୋଗ୍ୟଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ’ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା  । ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛିଯେ, ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ  । ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଗଲା । ୨୭ ତାରିଖରେ ରାଜ୍ୟ ସରକାରଙ୍କ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଅନୁଷ୍ଠାନ ଖୋଲା ରହିବ  ।