ପୁନରୁଦ୍ଧାର ହେବ ସତ୍ୟବାଦୀ ବକୁଳବନ

 ଭୁବନେଶ୍ୱର : ଲୋକସେବା ଭବନରେ ବିଦ୍ୟାଳୟ  ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବକୁଳବନ ଓ ସତ୍ୟବାଦୀ ବନ ବିଦ୍ୟାଳୟର ପୁନଃରୁଦ୍ଧାର ଓ ବିକାଶ ସଂପର୍କିତ ଏକ ଉପସ୍ଥାପନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ବକୁଳବନର ଐତିହ୍ୟ ଓ ପରମ୍ପରା ସଂପର୍କରେ ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଇବା ପାଇଁ ଏହାର  ମୌଳିକ ଢାଞ୍ଚା ଅନୁରୂପ ବିକାଶ କରିବା ସହିତ ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଦେ୍ର୍ଦଶ ଦେଇଛନ୍ତି । ଗୁରୁଶିଷ୍ୟ ପରମ୍ପରାର ଅନନ୍ୟ ନିଦର୍ଶନ ବହନ କରୁଥିବା ସତ୍ୟବାଦୀର ବକୁଳବନ ୧୯୦୯ ମସିହାରେ   ପଞ୍ଚସଖାଙ୍କ ଦ୍ୱାରା ସ୍ଥାପିତ ହୋଇଥିଲା । ଏହି ବକୁଳବନ ଅଞ୍ଚଳର ବିକାଶ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଛନ୍ତି । ଏଥିସହିତ ବକୁଳବନର ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ କରାଯିବା ପାଇଁ ମୁଖ୍ୟମନ୍ତ୍ରୀ ନିଦେ୍ର୍ଦଶ ଦେଇଛନ୍ତି । ଏହି ଆଲୋଚନାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ସତ୍ୟବାଦୀ ବିଧାୟକ ଓମ୍ ପ୍ରକାଶ ମିଶ୍ର, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଶାସନ ସଚିବ ଶାଳିନୀ ପଣ୍ଡିତ, ପର୍ଯ୍ୟଟନ ବିଭାଗର ଶାସନ ସଚିବ ବଲୱନ୍ତ ସିଂହ ଏବଂ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।