ଆଜିଠୁ ସ୍କୁଲ ଓ କଲେଜ ଛୁଟି

ଭୁବନେଶ୍ୱର : ଆସନ୍ତାକାଲି ଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା । ଅପ୍ରେଲ ୨୩ ତାରିଖ ଠାରୁ ଅଙ୍ଗନବାଡି, ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ । ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ୱାସ୍ଥ୍ୟର ସୁରକ୍ଷା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଏ ସଂପର୍କରେ ସମୀକ୍ଷା କରିବା ପରେ ଏହି ନିଦେ୍ର୍ଦଶ ଦେଇଛନ୍ତି ।
ଏହି ନିଦେ୍ର୍ଦଶ ଅନୁଯାୟୀ ଅଙ୍ଗନବାଡି କେନ୍ଦ୍ର, ଶିଶୁବାଟିକା ଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ବେସରକାରୀ ସ୍କୁଲ ବନ୍ଦ ରହିବ । ସୂଚନାଯୋଗ୍ୟଯେ, ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଦିନ ତାପମାତ୍ରାରେ ଅତ୍ୟଧିକ ବୃଦ୍ଧି ଯୋଗୁ ସାଧାରଣ ଜୀବନଯାପନ ବାଧାପ୍ରାପ୍ତ ହେଉଛି । ତେଣୁ ପିଲାମାନଙ୍କ ସ୍ୱାସ୍ଥ୍ୟକୁ ସର୍ବାଧିକ ଗୁରୁତ୍ୱ ଦେଇ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ସମୟ ମଧ୍ୟରେ ଅଙ୍ଗନବାଡି ପିଲାମାନଙ୍କୁ ସେମାନଙ୍କ ଘରେ ଶୁଖିଲା ଖାଦ୍ୟ ଯୋଗାଇ ଦେବା ପାଇଁ ମଧ୍ୟ ନିଦେ୍ର୍ଦଶ ଦିଆଯାଇଛି ।
ସୂଚନାଯୋଗ୍ୟଯେ, ଉଭୟ ସରକାରୀ ଓ ବେସରକାରୀ କଲେଜ ପିଲାମାନଙ୍କ ପାଇଁ ରାଜ୍ୟ ସରକାର ଅପ୍ରେଲ ୨୩ରୁ ଅନ୍ୟାଦେଶ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି । ତେବେ, ଏହି ସମୟରେ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷାଗୁଡିକ ନିର୍ଦ୍ଦିଷ୍ଟ ତାରିଖରେ ହେବ ଏବଂ ସଂପୃକ୍ତ ଅଧିକାରୀମାନେ ଏଥିପ୍ରତି ଯନôବାନ ହେବାକୁ ନିଦେ୍ର୍ଦଶ ଦିଆଯାଇଛି । ଏହାସହିତ ହଷ୍ଟେଲ ପିଲାମାନେ ଚାହିଁଲେ, ଏହି ଛୁଟି ସମୟରେ ହଷ୍ଟେଲରେ ରହିପାରିବେ ।
ଏହି ସମୀକ୍ଷା ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ମହାନିଦେ୍ର୍ଦଶକ ୱାଇ.ବି. ଖୁରାନିଆ, ରାଜସ୍ୱ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଂଜନ କୁମାର ସିଂହ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।