୨୪ ତାରିଖରେ "ସୁଭଦ୍ରା ଯୋଜନା' ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ମିଳିବ

୨୪ ତାରିଖରେ "ସୁଭଦ୍ରା ଯୋଜନା' ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ମିଳିବ

ାା ପ୍ରଭାନୁ୍ୟଜ୍ ।ା ଭୁବନେଶ୍ୱର:  ଆଗାମୀ ନଭେମ୍ବର ୨୪ ତାରିଖରେ "ସୁଭଦ୍ରା ଯୋଜନା' ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ହିତାଧିକାରୀଙ୍କୁ ଅର୍ଥ ମିଳିବ  । ଏହି ପର୍ଯ୍ୟାୟରେ ପ୍ରାୟ ୨୦ ଲକ୍ଷ ହିତାଧିକାରୀଙ୍କୁ ଅର୍ଥ ପ୍ରେରଣ ପାଇଁ ବ୍ୟବସ୍ଥା କରାଯାଉଥିବା  ସଂପର୍କରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଥିଲେ  । ଏହି ପରିପ୍ରେକ୍ଷୀରେ ହିତାଧିକାରୀଙ୍କ  ଆକାଉଣ୍ଟକୁ କିପରି ଅର୍ଥ ଯିବ ସେଥିପାଇଁ ପ୍ରସ୍ତୁତି ଓ ସୁବ୍ୟବସ୍ଥା ସଂପର୍କରେ ସମୀକ୍ଷା ବୈଠକ ଆଜି ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁଗର୍ଗ, ମହିଳା ଓ ଶିଶୁବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଶୁଭା ଶର୍ମା ଯୋଗ ଦେଇଥିବାବେଳେ ସମସ୍ତ ଜିଲ୍ଲାରୁ ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳ ଏବଂ ବିଡିଓମାନେ ଆଭାସୀ ମାଧ୍ୟମରେ ଯୋଗ ଦେଇଥିଲେ ।
ପଞ୍ଜୀକରଣ କରିଥିବା ଅଥଚ ବ୍ୟାଙ୍କ ଏବଂ ଆଧାର ସଂଯୋଗୀକରଣଜନିତ ସମସ୍ୟା ଯୋଗୁଁ ବାଦ ପଡିଥିବା ହିତାଧିକାରୀମାନଙ୍କର ସମସ୍ୟାକୁ ସମାଧାନ କରିବାକୁ ବୈଠକରେ ନିଦେ୍ର୍ଦଶ ଦିଆଯାଇଛି । ଏଥିପାଇଁ ହିତାଧିକାରୀଙ୍କ ନିମନ୍ତେ ବ୍ଲକସ୍ତରରେ ବିଡିଓଙ୍କ ଅଧ୍ୟକ୍ଷତାରେ ବ୍ଲକସ୍ତରୀୟ ଯାଞ୍ଚ କମିଟି,  ପୌରାଂଚଳରେ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଯାଞ୍ଚକମିଟି ଏବଂ  ମହାନଗର ନିଗମରେ ମୁନିସିପାଲ କମିଶନରଙ୍କ ଅଧ୍ୟକ୍ଷତାରେ ଯାଞ୍ଚ କମିଟି ଦ୍ୱାରା ଆବେଦନ ଯାଞ୍ଜ ପରେ ଦରଖାସ୍ତଗୁଡ଼ିକୁ ଜିଲ୍ଲାସ୍ତରରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଯାଂଚ ଓ ଅନୁମୋଦନ ପରେହିତାଧିକାରୀଙ୍କ ତାଲିକା ବିଭାଗକୁ ସରକାରଙ୍କ ଅନୁମୋଦନ ନିମନ୍ତେ ପଠାଯିବା ନେଇ ମାନକ ନିର୍ଦ୍ଧାରଣ ପଦ୍ଧତି (ଏସଓପି) ସ୍ଥିର କରାଯାଇଛି । ହିତାଧିକାରୀଙ୍କୁ ସହାୟତା ପାଇଁ ସମସ୍ତ ଜିଲ୍ଲାରେ ସୁଭଦ୍ରା ହେଲ୍ପ ଡେସ୍କମାନ କାର୍ଯ୍ୟକରୁଛି  । ଯାଂଚ ପ୍ରକ୍ରିୟା ଯେପରି ସ୍ୱଚ୍ଛ ଓ  ନିରପେକ୍ଷ ରହିବ ସେଥିପ୍ରତି ମୁଖ୍ୟ ଶାସନ ସଚିବ ଗୁରୁତ୍ୱ ଦେଇଥିଲେ ।