ରବିବାର ମିଳିବ ‘ସୁଭଦ୍ରା’ ଯୋଜନା ଟଙ୍କା

ରବିବାର ମିଳିବ ‘ସୁଭଦ୍ରା’ ଯୋଜନା  ଟଙ୍କା

ଭୁବନେଶ୍ୱର: ‘ସୁଭଦ୍ରା’ ଯୋଜନାକୁ ନେଇ ଶନିବାର ବଡ଼ ଅପ୍‌ଡେଟ୍‌ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ‘ସୁଭଦ୍ରା’ରୁ ବାଦ ୨.୬୭ ଲକ୍ଷ ହିତାଧିକାରୀଙ୍କ ଯାଞ୍ଚ ଶେଷ ହୋଇଥିବା ସେ ସୂଚନା ଦେଇଛନ୍ତି। ଯାଞ୍ଚ ପରେ ୨୨ ପ୍ରତିଶତ ଆବେଦନକାରୀଙ୍କୁ ଆସନ୍ତାକାଲି ଅର୍ଥାତ୍‌ ରବିବାର ଟଙ୍କା ମିଳିବ। ବାକି ଆବେଦନକାରୀ ଜମି ଯୋଗ୍ୟତା ପାଇଁ ବାଦ ପଡ଼ିଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।