୧୮ ଲକ୍ଷରୁ ଅଧିକ ଯୋଗ୍ୟ ମହିଳାଙ୍କ ଆକାଉଣ୍ଟକୁ ଯିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ଆସନ୍ତାକାଲି ଅର୍ଥାତ୍ ଶନିବାର ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା। ଯାଜପୁରରେ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହିଳାଙ୍କୁ ପ୍ରଥମ ପର୍ଯ୍ୟାୟର ଚତୁର୍ଥ କିସ୍ତି ଟଙ୍କା ପ୍ରଦାନ କରିବେ । ଏହି ପର୍ଯ୍ୟାୟରେ ୧୮ ଲକ୍ଷରୁ ଅଧିକ ଯୋଗ୍ୟ ମହିଳାଙ୍କୁ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ ।
ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଥିଲେ ଯେ, ମହିଳାମାନଙ୍କୁ ଆସନ୍ତା ମାର୍ଚ୍ଚ ୮ରେ ‘ସୁଭଦ୍ରା’ର ଦ୍ୱିତୀୟ କିସ୍ତି ଟଙ୍କା ମିଳିବ।ମହିଳାଙ୍କ ବିକାଶ ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ହେଉଛି। ବର୍ତ୍ତମାନ ସୁଦ୍ଧା ୮୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରାଯାଇସାରିଲାଣି। ଏଥିରୁ କେହି ବାଦ ପଡ଼ିବେ ନାହିଁ। ସର୍ଭେ ଚାଲିଛି। ଯୋଗ୍ୟ ହିତାଧିକାରୀମାନଙ୍କୁ ନିଶ୍ଚିତ ସୁଭଦ୍ରା ଟଙ୍କା ମିଳିବ। ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବର ୧୭ ତାରିଖରେ, ଅକ୍ଟୋବର ୯ ଓ ନଭେମ୍ବର ୨୪ ତାରିଖରେ ୩ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ପ୍ରଦାନ କରାଯାଇ ସାରିଛି।