ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ନେଇ ଗୁରୁତ୍ୱାରୋପ
।ା ପ୍ରଭାନୁ୍ୟଜ ।ା ହିନେ୍ଦାଳ : ସୁଭଦ୍ରା ଯୋଜନାର କାର୍ଯ୍ୟକାରିତା ସମ୍ପର୍କରେ ହିନେ୍ଦାଳ ଟାଉନ୍ ହଲ୍ ଠାରେ ଅଙ୍ଗନବାଡ଼ି କର୍ମୀମାନଙ୍କର ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଯାଇଛି । ଏଥିରେ ଉପଜିଲ୍ଲାପାଳ ଶିବାନନ୍ଦ ସ୍ୱାଇଁ, ତହସିଲଦାର ଦିଲ୍ଲିପ କୁମାର ସେଠୀ, ବିଡିଓ ବିନୀତା ବିଜୟିନୀ ସିଡିପିଓ ଯୋଗ ଦେଇ ରାଜ୍ୟ ସରକାରଙ୍କ ମହିଳାମାନଙ୍କ ପାଇଁ ଜନକଲ୍ୟାଣକାରୀ ସୁଭଦ୍ରା ଯୋଜନା ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ । ହିତାଧିକାରୀମାନେ ଯେପରି ସଠିକ୍ ସୂଚନା ପାଇବେ ଏବଂ ଆବେଦନ କରିପାରିବେ, ସେଥିପାଇଁ ସମସ୍ତ ଆବଶ୍ୟକ ବ୍ୟବସ୍ଥା ସଂପର୍କରେ ସୂଚନା ପ୍ରଦାନ ଉପରେ ଉପଜିଲ୍ଲାପାଳ ଗୁରୁତ୍ୱ ଦେଇଥିଲେ । ଯେପରି ଏହି ଯୋଜନା ଅଧିନରେ ଆସୁଥିବା କୌଣସି ହିତାଧିକାରୀ ସୁବିଧାରୁ ବାଦ୍ ନ ପଡିବେ, ସେଥିପ୍ରତି ଦୃଷ୍ଟି ଦିଆଯିବ ବୋଲି ସେ ପ୍ରକାଶ କରିଥିଲେ । ଯୋଜନା ଅନୁସାରେ ପ୍ରତ୍ୟେକ ହିତାଧିକାରୀ ୫୦,୦୦୦ ଟଙ୍କାର ସହାୟତା ରାଶି ପାଇବେ ଏବଂ ପ୍ରତି ବର୍ଷ ୧୦ ହଜାର କରି ୫ବର୍ଷରେ ପାଇବେ । ପ୍ରତି ବର୍ଷ ୨ଟି କିସ୍ତିରେ ୫ ହଜାର ଟଙ୍କା ଲେଖାଏଁ ୧୦ ହଜାର ଟଙ୍କା ହିତାଧିକାରୀମାନଙ୍କ ଆକାଉଣ୍ଟକୁ ସିଧାସଳଖ ପ୍ରେରଣ କରାଯିବ । ହିତାଧିକାରୀମାନଙ୍କ ବୟସ ୨୧ ବର୍ଷ ବା ତଦୁର୍ଦ୍ଧ୍ୱ ଏବଂ ୬୦ ବର୍ଷରୁ କମ ହେଉଥିବ । ଆଧାର କାର୍ଡରେ ଉଲ୍ଲିଖିତ ବୟସ ଓ ଜନ୍ମତାରିଖ ବିଚାରକୁ ନିଆଯିବ । ଯୋଜନା ସଂପର୍କରେ ଏବଂ କେଉଁମାନେ ଏହି ଯୋଜନା ଅଧିନରେ ସହାୟତା ପାଇବାକୁ ଯୋଗ୍ୟ ଓ କେଉଁମାନେ ବାଦ୍ ପଡୁଛନ୍ତି ସେ ସଂପର୍କରେ ବିଷଦ୍ ମାର୍ଗଦର୍ଶିକା ବିଷୟରେ ଉପଜିଲ୍ଲାପାଳ ଆଲୋଚନା କରିଥିଲେ । ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ପାଇଁ ଦରଖାସ୍ତ ଫର୍ମ ଅଙ୍ଗନବାଡି କେନ୍ଦ୍ର, ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ, କମନ ସର୍ଭିସ୍ ସେଣ୍ଟର ଏବଂ ମୋସେବା କେନ୍ଦ୍ରରେ ବଣ୍ଟନ କରାଯିବ । କମନ ସର୍ଭିସ୍ ସେଣ୍ଟର ଏବଂ ମୋ ସେବା କେନ୍ଦ୍ରରେ ଫର୍ମ ଦାଖଲ ହେବ ଏବଂ ସେଠାରେ ଏହାର ଡିଜିଟାଇଜେସନ ହେବ ଓ ଆବେଦନକାରୀମାନଙ୍କୁ ଫର୍ମ ଦାଖଲର ପ୍ରମାଣ ସ୍ୱୀକୃତିର ପ୍ରିଣ୍ଟ ମିଳିବ । ଆବେଦନକାରୀଙ୍କୁ କୌଣସିସ୍ତରରେ ଏଥିପାଇଁ କୌଣସି ଦେୟ ଦେବାକୁ ପଡିବ ନାହିଁ । ହିତାଧିକାରୀମାନେ ସମସ୍ତେ ଯେପରି ସୁବିଧାରେ ଆବେଦନ କରିପାରିବେ, ସେଥିପାଇଁ ଯଥେଷ୍ଟ ସଂଖ୍ୟକ ଫର୍ମ ସୁବିଧା କରିବାକୁ ବିଡ଼ିଓ ଓ ତହସିଲଦାରଙ୍କୁ ନିଦେ୍ର୍ଦଶ ଦିଆଯାଇଛି । ଏହି ପ୍ରରିପ୍ରେକ୍ଷୀରେ ଜିଲ୍ଲା ପ୍ରଶାସନ ଓ ପୁଲିସ ପ୍ରଶାସନରଏକ ମିଳିତ ବୈଠକ ଅନୁଷ୍ଠିତ ହେଇଯାଇଛି । ଯେଉଁଥିରେ କି ଯୋଜନାର କାର୍ଯ୍ୟକାରିତା ସମୟରେ ଯଦି କେହି ଅସାଧୁ ଲୋକ ମହିଳାମାନଙ୍କ ଠାରୁ ପଇସା ଆଦାୟ କରନ୍ତି କିମ୍ବା ଫର୍ମ ବିତରଣ କିମ୍ବା ସଂଗ୍ରହ ବେଳେ ବିଶୃଙ୍ଖଳା ସୃଷ୍ଟି କରନ୍ତି ତେବେ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ । ଏହି କାର୍ଯ୍ୟକ୍ରମରେ ଛପାଗଣମାଧ୍ୟମ ଓ ବୈଦୁ୍ୟତିକ ଗଣମାଧ୍ୟମର ପ୍ରତିନିଧି ମାନେ ଯୋଗ ଦେଇଥିଲେ ।