ସୁଭଦ୍ରା ଯୋଜନାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ

ଭୁବନେଶ୍ୱର : ସୁଭଦ୍ରା ଯୋଜନାକୁ ନେଇ ବଡ଼ ବୟାନ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରା ଯୋଜନା ନେଇ ମହିଳାଙ୍କୁ ଭ୍ରମିତ କରନ୍ତୁ ନାହିଁ। ଏସଓପି ନଆସିବା ପର୍ଯ୍ୟନ୍ତ ମହିଳାମାନଙ୍କୁ ଭ୍ରମିତ ନ କରିବାକୁ ସେ ପରାମର୍ଶ ଦେଇଛନ୍ତି। ଆବେଦନ ପ୍ରକ୍ରିୟା ଅତି ସରଳ କରାଯିବ, କେହି ଭ୍ରମିତ ହୁଅନ୍ତୁନି ବୋଲି ପ୍ରଭାତୀ ପରିଡ଼ା କହିଛନ୍ତି।