୬ ମାସ ଛୁଟିରେ ସୁଜାତା କାର୍ତିକେୟନ

୬ ମାସ ଛୁଟିରେ ସୁଜାତା କାର୍ତିକେୟନ

ଭୁବନେଶ୍ୱର,: ୬ ମାସ ଛୁଟିରେ ଗଲେ ବରିଷ୍ଠ ଆଇଏଏସ ଅଧିକାରୀ ସୁଜାତା କାର୍ତିକେୟନ। ନଭେମ୍ବର ୨୬ ତରିଖ ଯାଏଁ ସୁଜାତା ଛୁଟିରେ ରହିବେ ବୋଲି ଜଣାପଡିଛି। ଝିଅର ଦଶମ ପରୀକ୍ଷା ପ୍ରସ୍ତୁତି କାରଣ ଦର୍ଶାଇ ସେ ଛୁଟିରେ ରହିଥିବା ଜଣାପଡିଛି।

ଗତ ସାଧାରଣ ନିର୍ବାଚନ ସମୟରେ ମିଶନ ଶକ୍ତି ବିଭାଗର ମୁଖ୍ୟ ଥିବା ସୁଜାତା ରାଉତ କାର୍ତିକେୟନ ନିଜର କ୍ଷମତାର ଦୁରୁପଯୋଗ କରି ନିର୍ବାଚନୀ ପ୍ରକ୍ରିୟାରେ ହସ୍ତକ୍ଷେପ କରୁଥିବା ଅଭଯୋଗ ପରେ ତାଙ୍କୁ ଅର୍ଥ ବିଭାଗକୁ ବଦଳି କରିଥିଲେ ଆୟୋଗ।