୯ ମାସ ପରେ ଘର ବାହୁଡ଼ା ହେଲେ ସୁର ରାଉତରାୟ

୯ ମାସ ପରେ ଘର ବାହୁଡ଼ା ହେଲେ ସୁର ରାଉତରାୟ

ଭୁବନେଶ୍ୱର : ନିଲମ୍ବନ ହଟିବା ପରେ ଘର ବାହୁଡ଼ା ହେଲେ କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ। ଶନିବାର ସୁର କଂଗ୍ରେସ ଭବନରେ ମୁଣ୍ଡିଆ ମାରି ଭିତରକୁ ପଶିଛନ୍ତି। ଏହି ସମୟରେ ସୁରଙ୍କ ସହ ବଡ଼ପୁଅ ସିଦ୍ଧାର୍ଥ ରାଉତରାୟ ଉପସ୍ଥିତ ଥିଲେ। ୯ ମାସ ପରେ ଫେରିବାରୁ ଭାବବିହ୍ବଳ ହୋଇ କଂଗ୍ରେସ ନେତା କାନ୍ଦି ପକାଇଛନ୍ତି। ନିଲମ୍ବନ ହଟିବା ନିଷ୍ପତ୍ତି ପରେ କଂଗ୍ରେସ ଅଧ୍ୟକ୍ଷ ଓ ପିସିସି ସଭାପତି ଏବଂ ଯୁବ କଂଗ୍ରେସକୁ ବିଶେଷ ଧନ୍ୟବାଦ ଜଣାଇଛନ୍ତି।

ପିସିସି ସଭାପତି ଭକ୍ତଚରଣ ଦାସଙ୍କ ଦସ୍ତଖତରେ ଶୁକ୍ରବାର ଏକ ପ୍ରେସ ରିଲିଜ ଜାରି ହୋଇଛି । ଏହି ପ୍ରେସ ରିଲିଜ ମାଧ୍ୟମରେ ଶ୍ରୀ ଦାସ କଂଗ୍ରେସର ପୁରୁଣା କର୍ମୀ ଓ ନେତାମାନଙ୍କୁ ପୁଣିଥରେ ଦଳରେ ସ୍ବାଗତ କରିଛନ୍ତି । ଯେଉଁମାନଙ୍କୁ କୌଣସି ନା କୌଣସି ପରିସ୍ଥିତିରେ ଦଳରୁ ନିଲମ୍ବନ ଓ ବହିଷ୍କାର କରାଯାଇଥିଲା, ତାକୁ ପ୍ରତ୍ୟାହାର କରି ଦିଆଗଲା । ବିଭିନ୍ନ ସମୟରେ କୌଣସି ନାକୌଣସି କାରଣରୁ ଯେଉଁମାନେ କଂଗ୍ରେସ ଛାଡି ଚାଲି ଯାଇଛନ୍ତି ସେମାନେ ପୁଣିଥରେ କଂଗ୍ରେସକୁ ଫେରି ଆସିବାକୁ ଆମେ ନିବେଦନ କରୁଛୁ । ଯଦି ସେମାନେ କଂଗ୍ରେସ ଦଳର ନୀତି ଓ ଆଦର୍ଶ ପ୍ରତି ଆସ୍ଥା ପ୍ରକଟ କରି ଯୋଗଦାନ କରିବାକୁ ଇଚ୍ଛୁକ, ସେମାନଙ୍କୁ କଂଗ୍ରେସ ଦଳ ତରଫରୁ ସମ୍ମାନର ସହ ସ୍ବାଗତ କରାଯିବ ।