୩୦ ଜିଲାରେ ବାତ୍ୟା ପ୍ରସ୍ତୁତି ଜାରି: ସୁରେଶ ପୂଜାରୀ

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ‘ଦାନା’ ମୁକାବିଲା ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସରକାର ପୂରା ପ୍ରସ୍ତୁତ। କେବଳ ସମ୍ଭାବ୍ୟ ପ୍ରଭାବିତ ଜିଲା ନୁହେଁ, ପୂରା ୩୦ ଜିଲାରେ ପ୍ରସ୍ତୁତି ଜାରି ରହିବ। ୩୦ ଜିଲାରେ ଓଡ୍ରାଫ୍ ଟିମ୍ ମୁତୟନ ରହିବା ସହ ଏନ୍ଡିଆର୍ଏଫ୍ ମଧ୍ୟ ସତର୍କ ରହିବେ। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ନ ଯିବା ପାଇଁ ସତର୍କ ସୂଚନା ଦିଆଯାଇଛି। ଟ୍ରଲରମାଲିକ ଯଦି ଜୋର୍ କରି ପଠାନ୍ତି, ତେବେ ତାଙ୍କ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ସେ କହିଛନ୍ତି ରାଜ୍ୟ ମୁଖ୍ୟ ସଚିବ, ଏସ୍ଆର୍ସି ସମୀକ୍ଷା କରିଛନ୍ତି, ମୁଁ ବି ସମୀକ୍ଷା କରିବି। ସମୟ ଯେତେ ପାଖେଇ ଆସିବ, ଆମେ ସ୍ଥାନାନ୍ତର କାର୍ଯ୍ୟ ଆରମ୍ଭ କରିବୁ। ଆବଶ୍ୟକ ହେଲେ ଯଥେଷ୍ଟ ଆଗରୁ ମଧ୍ୟ ଲୋକଙ୍କୁ ସ୍ଥାନାନ୍ତର କରାଯିବ। ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ, କେହି ଭୟଭୀତ ହୁଅନ୍ତୁନି ବୋଲି ରାଜସ୍ବ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି।