ବାତ୍ୟା ପ୍ରସ୍ତୁତି ନେଇ ବଡ଼ ସୂଚନା : ସୁରେଶ ପୂଜାରୀ

ଭୁବନେଶ୍ୱର : ବାତ୍ୟା ପ୍ରସ୍ତୁତି ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଜିଲା ପ୍ରଶାସନ ସହ ଯୋଗାଯୋଗରେ ଅଛୁ। ୨୫୦ଟି ରିଲିଫ ସେଣ୍ଟରର ବ୍ୟବସ୍ଥା କରାଯାଇଛି। ସବୁ ରିଲିଫ ସେଣ୍ଟରରେ ମହିଳା ପୋଲିସ ରହିବେ। ଜିଲା ପ୍ରଶାସନ ପକ୍ଷରୁ ଗ୍ରାଉଣ୍ଡ ଜିରୋରେ ତଦାରଖ ଚାଲିଛି। ସରକାରୀ ଆଶ୍ରୟସ୍ଥଳୀ ଛଡ଼ା ଆଉ ୫୦୦ଟି ଅସ୍ଥାୟୀ ଶିବିର ପ୍ରସ୍ତୁତ କରାଯାଇଛି। ଔଷଧ, ରନ୍ଧା ଓ ଶୁଖିଲା ଖାଦ୍ୟ ମହଜୁଦ ରଖାଯାଇଛି। ଗର୍ଭବତୀ, ଶିଶୁ ଓ ବୟସ୍କଙ୍କୁ ଆଗୁଆ ସ୍ଥାନାନ୍ତର କରିବାକୁ ପରାମର୍ଶ
ଦିଆଯାଇଛି। ୨୩ ରାତି ସୁଦ୍ଧା ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।