୧୫ ଯାଏଁ ଜାଳିବ : ୪୪ ଡିଗ୍ରୀ ଛୁଇଁବ ତାତି

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ଜିଲ୍ଲାରେ ଗ୍ରୀଷ୍ମଲହରୀ ପରିଲକ୍ଷିତ ହେଉଛି । ଆଗାମୀ ୧୬ ଯାଏଁ ଅସହ୍ୟ ତାତି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେବ । ପାଣିପାଗ ବିଭାଗ ପକ୍ଷରୁ ଏଭଳି ଆକଳନ କରାଯାଇଛି ।
ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଜି ସମ୍ବଲପୁରରେ ତାତି ୪୩.୨ ରହିଥିଲା । ଉତ୍ତର ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ତାତି ସ୍ୱାଭାବିକ ଠାରୁ ୪ ଡିଗ୍ରୀ ଅଧିକା ରହିଥିଲା । ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ବି ତାତି ୨ରୁ ୩ ଡିଗ୍ରୀ ଅଧିକ ଥିଲା । କିନ୍ତୁ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି କମ୍ ରହିଥିଲା । ସେହିପରି ଆସନ୍ତାକାଲି ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝରଗଡ଼, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନକୁ ଉଷ୍ମ ଏବଂ ଆର୍ଦ୍ର ଅବସ୍ଥା ଅଧିକ ହେବାର ସମ୍ଭାବନା ରହିଛି । ଅପରପକ୍ଷରେ ମେ' ୧୩ରେ ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, ବୌଦ୍ଧ, ଖୋର୍ଦ୍ଧା, କଟକ, କଳାହାଣ୍ଡି, ବାଲେଶ୍ୱର ଓ ସୁନ୍ଦରଗଡ଼ରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗ୍ରୀଷ୍ମପ୍ରବାହ ଜାରିରହିବ । ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୧୬ରୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ । କେତେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ସହ ବଜ୍ରପାତର ବି ଆଶଙ୍କା ରହିଛି ।