୨ହଜାର ନୂଆ ଟ୍ରାଫିକ୍ ପଦବି ଅନୁମୋଦନ

୨ହଜାର ନୂଆ ଟ୍ରାଫିକ୍ ପଦବିକୁ ସରକାରଙ୍କ ମଞ୍ଜୁରି ମିଳିଛି । ନୂଆ ପଦବିକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟ ସ୍ତରରେ ୭୦, ଜିଲ୍ଲା ସ୍ତରରେ ୧୯୩୦ ପଦବି ସୃଷ୍ଟି ହୋଇଛି । ସୁଦୃଢ ହେବ ଟ୍ରାଫିକ୍ ଓ ସଡକ ସୁରକ୍ଷା ଶାଖା ।  ରାଜ୍ୟରେ ଟ୍ରାଫିକ୍ ଏବଂ ସଡ଼କ ସୁରକ୍ଷା ବ୍ୟବସ୍ଥାକୁ ଶୃଙ୍ଖଳିତ ଓ ସୃଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟର ଟ୍ରାଫିକ୍ ଶାଖାରେ ୨ ହଜାର ନୂତନ ପଦବି ସୃଷ୍ଟି କରିବା ପାଇଁ ଅନୁମୋଦନ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ରାଜ୍ୟସ୍ତରୀୟ ଟ୍ରାଫିକ୍ ବ୍ୟବସ୍ଥାରେ ୭୦ଟି ନୂତନ ପଦବି ହୋଇଥିବା ବେଳେ ଜିଲ୍ଲାସ୍ତରୀୟ ସେଟ-ଅପ୍‌ରେ ୧୯୩୦ଟି ପଦବି ସୃଷ୍ଟି ହୋଇଛି । ରାଜ୍ୟ ସ୍ତରୀୟ  ସେଟ-ଅପ୍‌ରେ ନିମ୍ନଲିଖିତ ଭାବେ ପଦବି ସୃଷ୍ଟି କରାଯାଇଛି ।  ADGP/IGP ଗୋଟିଏ ପଦବି, DIG (ପୋଲିସ) ଗୋଟିଏ ପଦବି, SP ୨ ଟି ପଦବି, DSP ୪ ଟି, Inspector  ୬ ଟି, SI  ୮ ଟି, ASI  ୮ ଟି, କନେଷ୍ଟବଳ  ୨୨ ଟି, ଡ୍ରାଇଭର ୧୦ ଟି, ଏଷ୍ଟାବ୍ଲିସମେଣ୍ଟ ଅଫିସର ଗୋଟିଏ, ସେକ୍ସନ ଅଫିସର ଗୋଟିଏ, ଏ.ଏସ୍.ଓ ୩ ଟି ଓ ଜୁନିଅର ଆସିଷ୍ଟାଣ୍ଟ ପାଇଁ ୩ ଟି ପଦବି ସୃଷ୍ଟି ହୋଇଛି । ସମୁଦାୟ ୭୦ଟି ପଦବି ସୃଷ୍ଟି ହୋଇଛି ।