ଟ୍ରେନ୍ ଟ୍ର। ଜେଡି: ମୋଦୀ ଘୋଷଣା କଲେ ଆର୍ଥିକ ସହାୟତା

ଟ୍ରେନ୍ ଟ୍ର। ଜେଡି: ମୋଦୀ ଘୋଷଣା କଲେ ଆର୍ଥିକ ସହାୟତା

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ଦାର୍ଜିଲିଂ ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଘୋଷଣା କରାଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ଦୁର୍ଘଟଣାରେ ଏବେ ସୁଦ୍ଧା ମୋଟ ୮ ଜଣଙ୍କ ମୃତୁ୍ୟ ହୋଇଥିବାବେଳେ ମୃତକଙ୍କ ପରିବାର ଲୋକଙ୍କ ପାଇଁ ୨ ଲକ୍ଷ ଲେଖାଏଁ ଆର୍ଥିକ ସହାୟତା ଘୋଷଣା କରାଯାଇଛି । ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଏହି ସହାୟତା ରାଶି ଘୋଷଣା କରାଯାଇଛି । ସେହିପରି ଆହତଙ୍କୁ ୫୦ ହଜାର ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଛି ।  

ପ୍ରକାଶ ଯେ ପଶ୍ଚିମବଙ୍ଗର ଦାର୍ଜିଲିଂରେ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା। ନିଉଜଲପାଇଗୁଡି ଷ୍ଟେସନ ନିକଟ ରଙ୍ଗପାଣି ଠାରେ କାଞ୍ଚନଜଙ୍ଗା ଏକ୍ସପ୍ରେସ ଟ୍ରେନକୁ ପଛ ପଟରୁ ଧକ୍କା ମାରିଛି ମାଲବାହୀ ଟ୍ରେନ୍‌।ଓଡ଼ିଆ ସ୍ପଷ୍ଟ ନୁ୍ୟଜ ଦୁର୍ଘଟଣାରେ ଯାତ୍ରୀବାହୀ କାଞ୍ଚନଜଙ୍ଗା ଏକ୍ସପ୍ରେସର ତିନିଟି ବଗିର ବହୁ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି। ବର୍ତ୍ତମାନ ଘଟଣାସ୍ଥଳରେ ଉଦ୍ଧାର କାର୍ୟ୍ୟ ଜାରି ରହିଥିବା ବେଳେ୮  ଜଣଙ୍କ ମତ୍ୟୁ ହୋଇଥିବା ବେଳେ ୨୫ରୁ ଊର୍ଦ୍ଧ୍ବ ଆହତ ହୋଇଛନ୍ତି। ତେବେ ଏହାରି ଭିତରେ ହେଲ୍ପଲାଇନ ନମ୍ବର ଜାରି କରାଯାଇଛି । ଓଡ଼ିଆ ସ୍ପଷ୍ଟ ନୁ୍ୟଜ ସେଗୁଡ଼ିକ ହେଉଛି ୦୩୩-୨୩୫୦୮୭୯୪,୦୩୩-୨୩୮୩୩୩୨୬,  ୦୩୬୧୨୭୩୧୬୨୧,୦୩୬୧୨୭୩୧୬୨୨, ୦୩୬୧୨୭୩୧୬୨୩, ୦୩୬୭୪୨୬୩୯୫୮,୦୩୬୭୪୨୬୩୮୩୧,୦୩୬୭୪୨୬୩୧୨୦ । ତେବେ ଏହି ଟ୍ରେନ ଦୁର୍ଘଟଣାକୁ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଏଥିସହିତ ସେ କହିଛନ୍ତି ଯେ  ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏନଡିଆରଏଫ, ଏସଡିଆରଏଫ ଓ ରେଳବାଇର ସମନ୍ୱୟରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବରିଷ୍ଠ ଅଧିକାରୀଙ୍କୁ ତୁରନ୍ତ ଘଟଣାସ୍ଥଳକୁ ପଠାଯାଇଛି ବୋଲି ଅଶ୍ୱିନୀ ବୈଷ୍ଣବ କହିଛନ୍ତି ।