ଉତ୍ତମ ମହାନ୍ତିଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଅସୁସ୍ଥ ଅଛନ୍ତି ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି । ଲିଭର ସିରୋସିସ୍ ରୋଗରେ ପିଡ଼ିତ ଥିବାରୁ ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ଜାରି ରହିଛି । ଏହି ଖବର ଶୁଣିବା ପରେ ଉତ୍ତମ ମହାନ୍ତିଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉତ୍ତମ ମହାନ୍ତି ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ହେଉଥିବା ବେଳେ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ଗତକାଲି ଏୟାର ଆମ୍ବୁଲାନ୍ସ ଯୋଗେ ଦିଲ୍ଲୀ ନିଆଯାଇଥିଲା । ସେଠାରେ ବର୍ତ୍ତମାନ ତାଙ୍କର ଚିକିତ୍ସା ଚାଲିଛି ।
ଓଲିଉଡ଼ ଜଗତର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ୱାସ୍ଥ୍ୟବସ୍ଥା ଖରାପକୁ ନେଇ ଓଲିଉଡଠୁ ଆରମ୍ଭ ଜାରି ପୁରା ରାଜ୍ୟ ତାଙ୍କ ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ଉତ୍ତମ ମହାନ୍ତିଙ୍କ ଆଶୁ ଆରୋଗ୍ୟ କରିଛନ୍ତି । ସୋସିଆଲ ମିଡିଆ (ଢ)ହ୍ୟାଣ୍ଡଲରେ ଉତ୍ତମ ମହାନ୍ତିଙ୍କ ଆଶୁ ଆରୋଗ୍ୟ କାମନା କରି ସେ ଲେଖିଛନ୍ତି , ''ଓଡ଼ିଆ ସିନେମା ଜଗତର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ଅସୁସ୍ଥତା ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛି ।''