ଓଡ଼ିଶାରେ ଆଉ ୧ଲକ୍ଷ କୋଟି ଟଙ୍କା ନିବେଶ କରିବ ବେଦାନ୍ତ

ମୁମ୍ବାଇ : ବେଦାନ୍ତ ଗତ ଦୁଇ ଦଶନ୍ଧି ଧରି ଓଡ଼ିଶାର ଅଂଶୀଦାର ହୋଇ ୧ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ନିବେଶ କରିବା ସହିତ ରାଜ୍ୟରେ ଏକ ଲକ୍ଷରୁ ଅଧିକ ନିଯୁକ୍ତି ସୃଷ୍ଟି କରିଥିବାବେଳେ ଆଉ ୧ଲକ୍ଷ କୋଟି ଟଙ୍କାର ନୂତନ ପୁଞ୍ଜି ବିନିଯୋଗ କରିବ । ମେକ୍ ଇନ୍ ଓଡ଼ିଶା କନ୍ କ୍ଲେଭ୍ ୨୦୨୫ ରୋଡ୍ ସୋ’ରେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ପ୍ରତିନିଧିଦଳ ସହ ଆଲୋଚନାବେଳେ ବେଦାନ୍ତ ଲିମିଟେଡ୍ ୧ ଲକ୍ଷ କୋଟି ଟଙ୍କାର ନୂଆ ପୁଞ୍ଜିନିବେଶ ଘୋଷଣା କରିଛି । ଅକ୍ଷୟ ଶକ୍ତି ଦ୍ୱାରା ପରିଚାଳିତ ସବୁଜ ଆଲୁମିନିୟମ ଉତ୍ପାଦନ ଉପରେ ଗୁରୁତ୍ୱ ଦେଇ ବାର୍ଷିକ ୬ ନିୟୁତ ଟନ୍ ଆଲୁମିନିୟମ ରିଫାଇନାରୀ ଓ ୩ ମିଲିୟନ ଟନ୍ କ୍ଷମତା ବିଶିଷ୍ଟ ଆଲୁମିନିୟମ କାରଖାନା ପ୍ରତିଷ୍ଠା ଦିଗରେ ଏହି ପୁଞ୍ଜିନିବେଶକୁ ଆଗେଇ ନିଆଯିବ । ଅଟୋ, ଶକ୍ତି, ର୍ନିମାଣ ଏବଂ ରେଲୱେ ଭଳି ଶତାଧିକ କ୍ଷେତ୍ରରେ ବ୍ୟବହୃତ ହେଉଥିବା ଆଲୁମିନିୟମର ଅଧିକ ପ୍ରୟୋଗ ହେଉଥିବାରୁ ଏହା ଆନୁଷଙ୍ଗିକ ଶିଳ୍ପ ପାଇଁ ଏକ ବିଶାଳ ଶିଳ୍ପ କମ୍ପେ୍ଲକ୍ସ ସୃଷ୍ଟି କରିବ ।ବେଦାନ୍ତ ଅଧ୍ୟକ୍ଷ ଅନୀଲ ଅଗ୍ରୱାଲ କହିଛନ୍ତି ଯେ ବେଦାନ୍ତର ଅଭିବୃଦ୍ଧିରେ ଓଡ଼ିଶା ସବୁବେଳେ ଗୁରୁôବପୂର୍ଣ୍ଣ ଭୂମିକା ଗ୍ରହଣ କରିଛି । ଆମର ପୁଞ୍ଜିନିବେଶ ରାଜ୍ୟର ସାମଗ୍ରିକ ଅଭିବୃଦ୍ଧି ଏବଂ ବୃହତ ଶିଳ୍ପାୟନ ପ୍ରତି ଆମର ପ୍ରତିବଦ୍ଧତାକୁ ପ୍ରତିଫଳିତ କରେ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଆମେ ରାଜ୍ୟର ଅର୍ଥନୈତିକ ପ୍ରଗତିରେ ଯୋଗଦାନ ଜାରି ରଖିବୁ, ସମୁଦାୟକୁ ସଶକ୍ତ କରିବୁ ଏବଂ ଓଡ଼ିଶାର କୋଟି କୋଟି ଲୋକଙ୍କ ଜୀବନର ଗୁଣବତ୍ତା ବୃଦ୍ଧି କରିବୁ । ଏହି ଘୋଷଣା କେବଳ ଓଡ଼ିଶାର ବିକାଶରେ ବେଦାନ୍ତର ଏକ ପ୍ରମୁଖ ଅଂଶୀଦାର ଭାବରେ ସ୍ଥିତିକୁ ଦୋହରାଇନାହିଁ ବରଂ ଆଲୁମିନିୟମ ଏବଂ ଶିଳ୍ପ ଉଦ୍ଭାବନ ପାଇଁ ଏକ ବିଶ୍ୱ ସ୍ତରୀୟ କେନ୍ଦ୍ରରେ ପରିଣତ ହେବାର ରାଜ୍ୟର ସମ୍ଭାବନାକୁ ସୁଦୃଢ଼ କରିଛି ।