କଟକ CDMO ସିନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

କଟକ : କଟକ ସିଟି ହସ୍ପିଟାଲରେ କାର୍ଯ୍ୟରତ ସିନିୟର ଆସିଷ୍ଟାଣ୍ଟ କିଶୋର କୁମାର ସାହାଣୀଙ୍କ ବିରୁଦ୍ଧରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଓ ୧.୨୪ କୋଟି ଟଙ୍କାର ସରକାରୀ ଅର୍ଥ ହେରଫେର ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ଶୁକ୍ରବାର ଚଢ଼ାଉ କରିଛି। କଟକ ଜିଲାରେ ଥିବା ସାହାଣୀଙ୍କ ସମ୍ପର୍କୀୟ ୫ଟି ସ୍ଥାନରେ ଏକକାଳୀନ ତଲାସୀ ଚାଲିଛି। ଭିଜିଲାନ୍ସର ୯ ଜଣ ଡିଏସପି, ୧୦ ଜଣ ଇନ୍ସପେକ୍ଟର, ୭ ଜଣ ଏଏସଆଇ ଓ ଅନ୍ୟ ସହାୟକ କର୍ମଚାରୀଙ୍କୁ ନେଇ ଗଠିତ ଟିମ୍ କଟକ ସ୍ପେଶାଲ ଜଜ୍ଙ୍କ ସର୍ଚ୍ଚ ଓ୍ୱାରେଣ୍ଟ ଆଧାରରେ ଏହି ଚଢ଼ାଉ କରୁଛି। ସାହାଣୀଙ୍କ ଜୋବ୍ରା ନୂଆସାହି, କଟକସ୍ଥିତ ତିନିମହଲା ବାସଭବନ, ଚୌଦ୍ୱାର ପାଳସିଆସ୍ଥିତ ଅନ୍ୟ ଏକ ଘର ଓ ପୋଲଟ୍ରି ଫାର୍ମ, CDMO ଅଫିସ, କଟକସ୍ଥିତ ତାଙ୍କ ଅଫିସ ରୁମ, ତୁଳସୀପୁର, କଟକସ୍ଥିତ ଶ୍ୱଶୁର ଘର, କିଶୋରନଗର, କଟକସ୍ଥିତ ପୈତୃକ ଘରେ ତଲାସୀ ଜାରି ରହିଛି।