ଭିନେଶ ଫୋଗଟ୍‌ଙ୍କୁ ନେଇ ବଡ଼ ଖବର

ଭିନେଶ ଫୋଗଟ୍‌ଙ୍କୁ ନେଇ  ବଡ଼ ଖବର

ନୂଆଦିଲ୍ଲୀ : ଘୁଞ୍ଚିଲା ରେସଲର୍‌ ଭିନେଶ ଫୋଗଟ୍‌ଙ୍କ ପଦକ ଆବେଦନର ଶୁଣାଣି। ଭାରତୀୟ ମହିଳା କୁସ୍ତିଯୋଦ୍ଧା ଭିନେଶ ଫୋଗଟଙ୍କୁ ରୌପ୍ୟ ପଦକ ମିଳିବ କି ନାହିଁ ସେ ନେଇ ରବିବାର ରାତିରେ ରାୟ ଆସିବାର ଥିଲା। ମାତ୍ର ଶୁଣାଣି ଦିନକୁ ଘୁଞ୍ଚାଇ ଦିଆଯାଇଛି। ୫୦ କେଜି ରେସଲିଂ ଓଜନ ବର୍ଗରେ ଫାଇନାଲ ପୂର୍ବରୁ ଅଯୋଗ୍ୟ ଘୋଷିତ ଭିନେଶଙ୍କ ସ୍ବର୍ଣ୍ଣ ପଦକ ଜିତିବା ଆଶା ଧୂଳିସାତ୍‌ ହୋଇଯାଇଥିବା ବେଳେ ସେ ରୌପ୍ୟ ପଦକ ପାଇଁ ଆବେଦନ କରିଥିଲେ।

ପ୍ୟାରିସ ଅଲିମ୍ପିକ୍ସରେ ପ୍ରଥମ ଥର ପାଇଁ କୁସ୍ତିରେ ଭାରତ ସ୍ବର୍ଣ୍ଣ ପଦକ ଜିତିବ ବୋଲି ଆଶା କରାଯାଉଥିଲା। ୫୦ କିଲୋଗ୍ରାମ ଓଜନ ବର୍ଗର ଫାଇନାଲରେ ସ୍ଥାନ ସୁରକ୍ଷିତ କରି ଭିନେଶ ଇତିହାସ ସୃଷ୍ଟି କରିଥିଲେ। ମଙ୍ଗଳବାର ଭାରତୀୟ ତାରକା ଚମତ୍କାର ପ୍ରଦର୍ଶନ କରି ଫାଇନାଲରେ ପ୍ରବେଶ କରିଥିଲେ। ହେଲେ ଦୁର୍ଭାଗ୍ୟବଶତଃ ମ୍ୟାଚ ପୂର୍ବରୁ ତାଙ୍କର ମାତ୍ର ୧୦୦ ଗ୍ରାମ ଓଜନ ବଢି ଯାଇଥିଲା। ଫଳରେ ତାଙ୍କୁ ପ୍ୟାରିସ ଅଲିମ୍ପିକ୍ସରୁ ଅଯୋଗ୍ୟ ଘୋଷିତ କରାଯାଇଥିଲା।

ତେବେ ଭିନେଶଙ୍କୁ ରୋପ୍ୟ ପଦକ ମିଳିବ କି ନେଇ ଏନେଇ କୋର୍ଟ ଅଫ୍‌ ଆର୍ବିଟ୍ରେଶନ ଫର୍‌ ସ୍ପୋଟର୍‌ସ ରାୟ ଦେବାର ଦିନକୁ ଘୁଞ୍ଚାଇ ଦେଇଛନ୍ତି। ରବିବାର ପରିବର୍ତ୍ତେ ୧୩ ତାରିଖ ଅର୍ଥାତ୍‌ ମଙ୍ଗଳବାର ଶୁଣାଣି କରାଯିବ ବୋଲି CASଙ୍କ ପକ୍ଷରୁ ସୂଚନା ମିଳିଛି। ୧୩ ତାରିଖ ରାତି ୯ଟା ୩୦ରେ ହେବ ଭିନେଶଙ୍କ ଶୁଣାଣି ହେବ ବୋଲି ଜଣାପଡିଛି।

ପ୍ୟାରିସ ଅଲିମ୍ପିକ୍ସ ୨୦୨୪ରୁ ଭିନେଶଙ୍କ ଅଯୋଗ୍ୟତା ପରେ ରେସଲିଂ ଫେଡେରେସନ ଅଫ ଇଣ୍ଡିଆ (ଡବ୍ଲୁଏଫଆଇ) ୟୁନାଇଟେଡ ୱାଲର୍ଡ ରେସଲିଂ (ୟୁଡବ୍ଲ୍ୟୁଡବ୍ଲ୍ୟୁ)କୁ ଦାବି କରିଥିଲା ଯେ, ଭିନେଶଙ୍କୁ କିଛି ସମୟ ଦିଆଯାଉ। କିନ୍ତୁ ୟୁଡବ୍ଲ୍ୟୁଡବ୍ଲ୍ୟୁ ଆବେଦନ ସତ୍ତ୍ୱେ ଭିନେଶଙ୍କ ଅଯୋଗ୍ୟତା ପ୍ରତ୍ୟାହାର କରାଯିବ ନାହିଁ ବୋଲି ସ୍ପଷ୍ଟ କରିଥିଲା।
ଭିନେଶ ଅଯୋଗ୍ୟ ଘୋଷିତ ହେବା ପରେ ଗୁରୁବାର ଅବସର ଘୋଷଣା କରିଥିଲେ। ସେ ତାଙ୍କ ପୋଷ୍ଟ ରେ ଲେଖିଥିଲେ, ମୋ’ କୁସ୍ତି ମୋ’ଠାରୁ ଜିତିଗଲା, ମୁଁ ହାରିଗଲି, ମୋତେ କ୍ଷମା କରିବ, ତୁମର ସ୍ବପ୍ନ, ମୋର ସାହସ ସବୁ ଭାଙ୍ଗିଗଲା, ମୋର ଆଉ ଅଧିକ ଶକ୍ତି ନାହିଁ। ତାଙ୍କର ଏହି ଅବସର ଘୋଷଣା ପରେ ସମଗ୍ର ଭାରତବାସୀଙ୍କ ହୃଦୟ ଭାଙ୍ଗି ଯାଇଛି।