ବିବେକାନନ୍ଦ ଯୁବ ସଂସଦର ଆଲୋଚନାଚକ୍ର

ତାଳଚେର: ତାଳଚେର ବ୍ଲକ ସନ୍ଥପଡ଼ା ସ୍ଥିତ ଗଡ଼ତଳ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ସ୍ୱାମୀ ବିବେକାନନ୍ଦ ଲୋକ ସଂସଦର ଯୁବ ବିଭାଗ ପକ୍ଷରୁ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ସ୍ୱାମୀ ବିବେକାନନ୍ଦ ଲୋକ ସଂସଦ, ଅନୁଗୋଳ ଶାଖା ଉଦ୍ବୋଧନୀ ବିଭାଗର ଜିଲ୍ଲା ପ୍ରମୁଖ ଡ.ବାମାକାନ୍ତ ଗଡ଼ନାୟକଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସଂସଦର ସଭାପତି ଶିକ୍ଷାବିତ୍ ଡ.ପ୍ରଶାନ୍ତ କୁମାର ରଥ ଅଧ୍ୟକ୍ଷତା କରିଥିଲେ । ଏଥିରେ ଅତିଥି ଭାବରେ  ଗଡ଼ତଳ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ସୁରେଶ କୁମାର ପାଇକରାୟ, ଲୋକ ସଂସଦର ସମ୍ପାଦକ ଶିକ୍ଷାବିତ୍ କୃଷ୍ଣଚନ୍ଦ୍ର ସାହୁ ଯୋଗ ଦେଇ ସ୍ୱାମୀ ବିବେକାନନ୍ଦଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । କାର୍ଯ୍ୟକ୍ରମ ପ୍ରାରମ୍ଭରେ ସଭାପତି ଡ.ରଥ କାର୍ଯ୍ୟକ୍ରମର ଆଭିମୁଖ୍ୟ ବର୍ଣ୍ଣନା କରିବା ସହ ସ୍ୱାମୀ ବିବେକାନନ୍ଦଙ୍କ ଜୀବନ ଓ ଦର୍ଶନ ଉପରେ ଆଲୋକପାତ କରିଥିଲେ । ଏହି ଅବସରରେ ପ୍ଲାଷ୍ଟିକଜାତ ଦ୍ରବ୍ୟର ବ୍ୟବହାର କମ୍ କରିବା ସହ ପରିବେଶ ଅନୁକୂଳ ସାମଗ୍ରୀ ବ୍ୟବହାର କରିବା ପାଇଁ ସେ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ପରାମର୍ଶ ଦେଇଥିଲେ । କାର୍ଯ୍ୟକ୍ରମକୁ ଅଧ୍ୟାପିକା ବସନ୍ତ ମଞ୍ଜରୀ ମିଶ୍ର ସଂଯୋଜନା କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ସ୍ୱାମୀ ବିବେକାନନ୍ଦ ଲୋକ ସଂସଦର ଆଜୀବନ ସଦସ୍ୟ ଅଧ୍ୟାପକ ନରେଶ ଚନ୍ଦ୍ର ମହାନ୍ତି, ସମାଜସେବୀ ବିଭୂତି ଭୂଷଣ ସ୍ୱାଇଁଙ୍କ ସମେତ ଗଡ଼ତଳ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟାପକ ସୁବାସ ଚନ୍ଦ୍ର ସାହୁ,ମମତା ମହାପାତ୍ର, ସାଗରିକା ପ୍ରଧାନ,ପ୍ରୟମ୍ବଦା ଗଡ଼ନାୟକ ପ୍ରମୁଖ  ସହଯୋଗ କରିଥିଲେ । ଶେଷରେ ଅଧ୍ୟାପକ ସୁବାସ ଚନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।