ହିନ୍ଦୋଳରେ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାର

ହିନ୍ଦୋଳରେ କାର୍ତ୍ତିକ ପାଣ୍ଡିଆନଙ୍କ ପ୍ରଚାର

•    ମୁଖ୍ୟମନ୍ତ୍ରୀ ଚୌକି ଲୋଭ ଥିବା ବ୍ୟକ୍ତି କେବେ ବି ଭଲ କାମ କରିପାରିବେ ନାହିଁ

•    କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ଅଭଦ୍ର ଓ ଅଶାଳୀନ ଭାଷାରେ ଗାଳି କରୁଛନ୍ତି

•    ଜଣେ ଜନପ୍ରିୟ ମୁଖ୍ୟମନ୍ତ୍ରୀଙ୍କୁ  ଏଭଳି ଗାଳି ଦେବା ବହୁ ଦୁଃଖର କଥା

•    ବିଜେପୁର ନିର୍ବାଚନବେଳେ ମୁଖ୍ୟମନ୍ତ୍ରୀଙ୍କୁ ଚପଲ ଫୋପାଡ଼ିଲେ ୪୦ ହଜାର ଭୋଟରେ ହାରିଲେ

•    ପରିକ୍ରମା ପ୍ରକଳ୍ପ ଶିଳାନ୍ୟାସ କରି ଫେରିଲା ବେଳେ ଅଣ୍ଡା ମାଡ଼ କଲେ, ୩୦ରୁ ୩୦ ଜିଲ୍ଲା ପରିଷଦ ହାରିଲେ

•    ଓଡ଼ିଶାର ଏହି ମହାନାୟକଙ୍କୁ ଗାଳି ଦେଉଛନ୍ତି, ଆପଣମାନଙ୍କ ଆଶୀର୍ବାଦ ଏଥର ବି ପରାଜୟ ଗ୍ରହଣ କରିବେ

•    କେନ୍ଦ୍ରମନ୍ତ୍ରୀ ଆପଣଙ୍କ ଅଞ୍ଚଳର, ଆପଣଙ୍କ ଅଞ୍ଚଳ ପାଇଁ କ’ଣ କରିଛନ୍ତି  କୁହନ୍ତୁ.

ଗୋଟିଏ ବି କେନ୍ଦ୍ରୀୟ ବିଦ୍ୟାଳୟ କିମ୍ୱା ଜବାହର ନବୋଦୟ ବିଦ୍ୟାଳୟ ଖୋଳିଛନ୍ତି କି ?

•    କଟକ-ସମ୍ୱଲପୁର ରାସ୍ତା ଏ ପର୍ଯ୍ୟନ୍ତ କରିପାରିଲେନି 

•    ଦୁଇଦିନ ତଳେ ମାନ୍ୟବର ପ୍ରଧାନମନ୍ତ୍ରୀ ଓଡ଼ିଶାବାସୀଙ୍କୁ ସୋଲାର ପେନେଲ ମାଧ୍ୟମରେ ମାଗଣା ବିଜୁଳି ଦେବେ ବୋଲି କହିଲେ, ଏଥିପାଇଁ ଆପଣଙ୍କୁ ୫୦ ହଜାର ଟଙ୍କା ଦେବାକୁ ପଡ଼ିବ, ଏଇଟା ହେଉଛି ବିଜେପିର ମାଗଣା ବିଜୁଳି

•    ଜୁନ ୯ ତାରିଖରେ ୯.୩୦ ରୁ ୧.୦୦ ମଧ୍ୟରେ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଦାୟୀତ୍ୱ ଗ୍ରହଣ କରିବେ, ପ୍ରଥମ ଦସ୍ତଖତ କରିବେ

 ଓଡ଼ିଶାର ୯୦ ପ୍ରତିଶତ ପରିବାରର ବିଜୁଳି ବିଲ  ରାଜ୍ୟ ସରକାର ଭରଣା କରିବେ.

•    ଡବଲ ଇଞ୍ଜିନ ସରକାର ଦିନରେ ଆପଣଙ୍କୁ ଭୁଆଁ ବୁଲାଉଛନ୍ତି, ଲଣ୍ଠନ ଦେଖାଉଛନ୍ତି । ନିର୍ବାଚନ ସରିଗଲେ ଏମାନଙ୍କୁ ଆପଣ ଖୋଜିଲେ ବି ପାଇବେନି

•    ଆଜି ସକାଳେ ବିଜେପିର ଟାଣୁଆ ନେତାମାନେ ମିଶି ସାମ୍ବାଦିକ ସମ୍ମିଳନୀ କରିଥିଲେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବା ପାଇଁ କିନ୍ତୁ ନିଜ ନିଜ ଭିତରେ ଝଗଡ଼ା ଲାଗି ବନ୍ଦ ହୋଇଗଲା

•    ମୁଁ ତାଙ୍କୁ ଆହ୍ୱାନ କରୁଛି ନବୀନ ବାବୁଙ୍କ ବିପକ୍ଷରେ କାହାକୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରିବେ କରନ୍ତୁ, ଓଡ଼ିଶାବାସୀ ତାର ଉଚିତ ଜବାବ ଦେବେ, ଏତେ ମିଛ କଥାକୁ ଓଡ଼ିଶାବାସୀ ଗ୍ରହଣ କରିବେ ନାହିଁ

•    ଉଭୟ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ୫୦ ହଜାର ମାର୍ଜିନରେ ଆଶୀର୍ବାଦ କରନ୍ତୁ ମୁଖ୍ୟମନ୍ତ୍ରୀଙ୍କ ହାତମୁଠାକୁ ଆହୁରି ଟାଣ କରନ୍ତୁ

•    କର୍ମୀମାନଙ୍କୁ ସମ୍ବୋଧିତ କରି କହିଲେ ଯେ ମୁଖ୍ୟମନ୍ତ୍ରୀ ହିନ୍ଦୋଳକୁ ବହୁତ ଭଲ ପାଆନ୍ତି, ଓଡ଼ିଶାର ଉଜ୍ୱଳ ଭବିଷ୍ୟତ ପାଇଁ ବିରୋଧୀଙ୍କୁ ମୁହଁତୋଡ଼ ଜବାବ ଦେବାର ଅଛି