ପାଣ୍ଡିଆନଙ୍କ ଦୃଢ଼ୋକ୍ତି : ରେକର୍ଡ ମାର୍ଜିନ, ତିନି ଚତୁର୍ଥାଂଶ ଆସନ’

ପାଣ୍ଡିଆନଙ୍କ  ଦୃଢ଼ୋକ୍ତି :  ରେକର୍ଡ ମାର୍ଜିନ, ତିନି ଚତୁର୍ଥାଂଶ ଆସନ’


ବିଜେଡି ଏଥର ୧୪୭ ବିଧାନସଭା ଆସନ ମଧ୍ୟରୁ ତିନି ଚତୁର୍ଥାଂଶ ଆସନରେ ରେକର୍ଡ ମାର୍ଜିନରେ ବାଜିମାତ କରିବ  । ଏଭଳି ଆକଳନ କରିଛନ୍ତି ନବୀନ ଓଡ଼ିଶା ତଥା ୫ଟି ଅଧ୍ୟକ୍ଷ କାର୍ତିକ ପାଣ୍ଡିଆନ୍  । ଖାଲି ସେତିକିନୁହେଁ ୧୪୭ ବିଧାନସଭା ଓ ୨୧ ଲୋକସଭାରେ ନବୀନ ପଟ୍ଟନାୟକ ନିଜେ ଠିଆ ହୋଇଛନ୍ତି  । ଉଭୟ ବିଧାନସଭା ଓ ଲୋକସଭା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଆଶୀର୍ବାଦ ଦେବାକୁ ସେ ନିବେଦନ କରିଛନ୍ତି  ।
 ଭୁବନେଶ୍ୱରଠାରେ ଆୟୋଜିତ ବିଜୁ ଶ୍ରମିକ ସାମ୍ମୁଖ୍ୟର ରାଜ୍ୟସ୍ତରୀୟ କନଭେନସନରେ ଯୋଗଦେଇ ପାଣ୍ଡିଆନ ଏହା କହିଛନ୍ତି  । ସେ କହିଛନ୍ତିଯେ, ଏଥର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରେକର୍ଡ ମାର୍ଜିନରେ ବିଜୟୀ ହୋଇ ପୁଣି ଥରେ ସରକାରକୁ ଆସୁଛନ୍ତି  । ବିଜେଡି ତିନି ଚତୁର୍ଥାଂଶ ଆସନରେ ବିଜୟୀ ହେବା ସୁନିଶ୍ଚିତ  । ସେହିଭଳି ଲୋକସଭାରେ ମଧ୍ୟ ଗତଥରଠାରୁ ଦଳ ଭଲ ପ୍ରଦର୍ଶନ କରିବ  । ସେଥିପାଇଁ ଲୋକଙ୍କଠୁ ଦୁଇଟି ଆଶୀର୍ବାଦ ଦରକାର  । ଗୋଟିଏ ବିଧାନସଭା ପାଇଁ ଓ ଅନ୍ୟଟି ଲୋକସଭା ପାଇଁ  । ପ୍ରାର୍ଥୀକୁ ଦେଖିବେ ନାହିଁ, ବରଂ ନବୀନ ପଟ୍ଟନାୟକ ଏବଂ ଶଙ୍ଖ ଚିହ୍ନକୁ ଦେଖିବେ  । କାରଣ ୧୪୭ ବିଧାସଭା ଓ ୨୧ ଲୋକସଭା ଆସନରେ ନବୀନ ପଟ୍ଟନାୟକ ଏବଂ ଶଙ୍ଖ ଚିହ୍ନ ହିଁ ଛିଡା ହୋଇଛି ବୋଲି ସେ କହିଛନ୍ତି  । ବିକାଶ ଧାରାକୁ ଆହୁରି ଆଗକୁ ନେବା ପାଇଁ ନବୀନ ପଟ୍ଟନାୟକ ଷଷ୍ଠଥର ମୁଖ୍ୟମନ୍ତ୍ରୀ ହେବେ ବୋଲି ସେ ଦୃଢୋକ୍ତି ପ୍ରକାଶ କରିଛନ୍ତି  ।
ମୁଖ୍ୟମନ୍ତ୍ରୀଙ୍କ ବିଚାରରେ ସଶକ୍ତ ଓ ନବୀନ ଓଡିଶା ଗଠନରେ ଶ୍ରମିକମାନଙ୍କର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି  । ସବୁ ବିକାଶ କାମ ପଛରେ ରହିଛି ଶ୍ରମିକଙ୍କ ହାତ  । ସେଥିପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ଶ୍ରମିକମାନଙ୍କୁ ପ୍ରାଥମିକତା ଓ ସମ୍ମାନ ଦେଇ ଆସିଛନ୍ତି  । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପିତା ବିଜୁ ପଟ୍ଟନାୟକ ଗୋଟେ ସମୟରେ ୧୧ ଟଙ୍କାରୁ ୨୫ ଟଙ୍କାକୁ ଦୈନିକ ମଜୁରୀ ବୃଦ୍ଧି ପାଇଁ ଐତିହାସିକ ନିଷ୍ପତ୍ତି ନେଇଥିଲେ  । ଏବେ ମଧ୍ୟ ନବୀନ ପଟ୍ଟନାୟକ ସର୍ବାଧିକ ୧୦୦ ଟଙ୍କା ମଜୁରୀ ବୃଦ୍ଧି କରି ରେକର୍ଡ କରିଛନ୍ତି  । ସରକାରଙ୍କ ବିଭିନ୍ନ ବିଭାଗ ଶହେ ଟଙ୍କା ମଜୁରୀ ବୃଦ୍ଧି ସପକ୍ଷରେ ନଥିଲେ  । କାରଣ ୧୦୦ ଟଙ୍କା ମଜୁରୀ ବୃଦ୍ଧି କଲେ ରାଜ୍ୟ ସରକାରଙ୍କ ଉପରେ ବାର୍ଷିକ ୫ରୁ ୬ହଜାର କୋଟି ଟଙ୍କାର ଅଧିକ ବୋଝ ପଡିବ ବୋଲି ଆକଳନ କରାଯାଇଥିଲା  । କିନ୍ତୁ ମୁଖ୍ୟମନ୍ତ୍ରୀଙ୍କ ଯୁକ୍ତିଥିଲା ଯେଉଁ ଶ୍ରମିକମାନେ ରାଜ୍ୟ ବିକାଶର ମୁଖ୍ୟ ବିନ୍ଧାଣୀ, ସେମାନଙ୍କ ପାଇଁ ୫/୬ ହଜାର କୋଟିର ବୋଝ ନେବାକୁ ସରକାର ପ୍ରସ୍ତୁତ  । ମୁଖ୍ୟମନ୍ତ୍ରୀ ବ୍ୟକ୍ତିଗତ ଭାବେ ହସ୍ତକ୍ଷେପ କରି ୩୫୦ଟଙ୍କାରୁ ମଜୁରୀ ୪୫୦ଟଙ୍କାକୁ ବୃଦ୍ଧି କରିଛନ୍ତି  । ଆହୁରି ବହୁତ କିଛି କରିବାକୁ ବାକି ଅଛି  । ଏଥର ସରକାରକୁ ଆସିଲେ ସେ ସବୁ ପୂରଣ କରାଯିବ ବୋଲି କହିଛନ୍ତି କାର୍ତ୍ତିକ ପାଣ୍ଡିଆନ  ।
ଏ ଅବସରରେ ରାଜ୍ୟରେ ଚାଲିଥିବା ବିଭିନ୍ନ ବିକାଶ ମୂଳକ କାର୍ଯ୍ୟ ସାଙ୍ଗକୁ ଶ୍ରମିକଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନେଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ କାର୍ତ୍ତିକ ପାଣ୍ଡିଆନ ସୂଚନା ଦେଇଥିଲେ  । ସେ କହିଥିଲେଯେ, ବିଏସକେୱାଇ ହେଉଛି ଗରିବ ଦ୍ଭ ୭ ପୃଷ୍ଠାରେ...