ମତଦାନ କଲେ ପ୍ରସନ୍ନ ଆଚାର୍ୟ୍ୟ

ବରଗଡ଼: ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବାଧାଡ଼ି ଲାଗିଛି। ଏହି କ୍ରମରେ ଚଳିତ ନିର୍ବାଚନର ରେଢ଼ାଖୋଲ ବିଧାନସଭାର ବିଜେଡି ପ୍ରାର୍ଥୀ ତଥା ପୂର୍ବତନ ଏମ୍ପି ପ୍ରସନ୍ନ ଆଚାର୍ୟ୍ୟ ବରଗଡ଼ ବ୍ରହ୍ମଚାରୀ ପ୍ରାଥମିକ ବିଦ୍ୟାଳୟର ବୁଥ୍ ନମ୍ବର- ୪୬ରେ ନିଜ ମତାଧିକାର ସାବ୍ୟସ୍ତ କରିଛନ୍ତି। ଗଣତନ୍ତ୍ରର ମହାନ ପର୍ବରେ ସାମିଲ ହୋଇ ସେ ମତଦାନ କରିଥିବାରୁ ଗର୍ବିତ ବୋଲି ପ୍ରସନ୍ନ କହିଛନ୍ତି।
ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ଭୋଟ ଗ୍ରହଣ ଜାରି ରହିଛି । ତେବେ ଦିନ ୧୧ଟା ସୁଦ୍ଧା ମୋଟ ୨୧.୦୭ ପ୍ରତିଶତ ମତଦାନ ହୋଇଛି । ଝାରସୁଗୁଡ଼ାରେ ସର୍ବାଧିକ ୨୫.୩୨ ପ୍ରତିଶତ ଭୋଟିଂ ହୋଇଥିବାବେଳେ ବଲାଙ୍ଗିରରେ ସର୍ବନିମ୍ନ ୧୭.୧୬ ପ୍ରତିଶତ ଭୋଟିଂ ହୋଇଛି । ରାଜ୍ୟରେ ସକାଳ ୯ଟା ସୁଦ୍ଧା ୬.୯୯ ପ୍ରତିଶତ ମତଦାନ ହୋଇଥିଲା ।
୫ ଲୋକସଭା ଆସନ ୩୫ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସକାଳ ୭ଟାରୁ ଦ୍ୱିତୀୟ ପର୍ୟ୍ୟାୟ ମତଦାନ ଆରମ୍ଭ ହୋଇଛି। ରାଜ୍ୟରେ ସକାଳ ୯ଟା ସୁଦ୍ଧା ୬.୯୯ ପ୍ରତିଶତ ମତଦାନ ହୋଇଛି। ଝାରସୁଗୁଡ଼ାରେ ସର୍ବାଧିକ ୯.୮୬% ଭୋଟିଂ ହୋଇଛି। ବଲାଙ୍ଗିରରେ ସର୍ବନିମ୍ନ ୪.୯୬% ମତଦାନ ହୋଇଛି।
ରାଜ୍ୟରେ ଆଜି ଦ୍ୱିତୀୟ ପର୍ୟ୍ୟାୟ ମତଦାନ। ସକାଳ ୭ରୁ ଭୋଟଗ୍ରହଣ ଆରମ୍ଭ ହୋଇଥିବା ବେଳେ ବୁଥ ମାନଙ୍କରେ ଲାଗିଛି ଗହଳି। ଆଜି ୫ ଲୋକସଭା ଆସନ ଆସ୍କା, କନ୍ଧମାଳ, ବଲାଙ୍ଗିର, ବରଗଡ଼, ସୁନ୍ଦରଗଡ ଏବଂ ଏହା ଅଧୀନସ୍ଥ ୩୫ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟିଂ ଚାଲିଛି। ଏହି ୫ ସଂସଦୀୟ କ୍ଷେତ୍ରରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୪୦ଲକ୍ଷ ୩୩ ହଜାର ୯୯୨ ପୁରୁଷ, ୩୯ ଲକ୍ଷ ୩୫ ହଜାର ୪୪ ମହିଳା ଭୋଟର ଏବଂ ୮୫୧ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି। ସେହିପରି ୨ ଲକ୍ଷ ୧୩ ହଜାର ୧୨୯ ଜଣ ପ୍ରଥମ ଥର ଭୋଟ୍ ଦେବାକୁ ଯାଉଥିବା ବେଳେ ୧୬ ଲକ୍ଷ ୯୮ ହଜାର ୫୧୬ ଜଣ ଯୁବ ତଥା ୨୦ରୁ ୨୯ ବର୍ଷ ବୟସର ଭୋଟର ଅଛନ୍ତି। ଏହି ପର୍ୟ୍ୟାୟରେ ଭୋଟ ପାଇଁ ୯ ହଜାର ୧୪୮ ମତଦାନ କେନ୍ଦ୍ର ରହିଛି। ଏଥିମଧ୍ୟରୁ ୧ ହଜାର ୯୦ଟି ସହରାଞ୍ଚଳ ଏବଂ ୮ ହଜାର ୫୮ଟି ଗ୍ରାମାଞ୍ଚଳରେ ରହିଛି। ୧ହଜାର ୪୧ଟି ବୁଥ ସମ୍ପୂର୍ଣ୍ଣ ଭାବେ ମହିଳାଙ୍କ ଦ୍ୱାରା ଓ ୨୫ଟି ସମ୍ପୂର୍ଣ୍ଣ ଭାବେ ଭିନ୍ନକ୍ଷମ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ। ୧ହଜାର ୫୪୧ଟି ଆଦର୍ଶ ମତଦାନ କେନ୍ଦ୍ର କରାଯାଇଛି। ତେବେ ଏହି ପର୍ୟ୍ୟାୟରେ ୨୦ ପ୍ରତିଶତ ସମ୍ବେଦନଶୀଳ ବୁଥ୍ ରହିଛି।