ଆଜି ଅନ୍ତିମ ପର୍ଯ୍ୟାୟ ଭୋଟ୍

ରାଜ୍ୟରେ ଆଜି ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ଭୋଟ୍। ସକାଳ ୭ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସକାଳୁ ସକାଳୁ ବୁଥମାନଙ୍କରେ ଭୋଟରମାନେ ଭିଡ଼ ଲଗାଇବା ଆରମ୍ଭ ହୋଇଗଲାଣି। ଆଜି ୬଼ ଲୋକସଭା ଆସନ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଯାଜପୁର, ବାଲେଶ୍ୱର ଏବଂ ମୟୂରଭଂଜ ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ମତଦାନ ହେଉଛି।