ୱାୟନାଡ ଲୋକସଭା ପାଇଁ ୧୩ରେ ଭୋଟ
ାା ଏଜେନ୍ସି ।ା ନୂଆଦିଲ୍ଲୀ: ଭାରତୀୟ ନିର୍ବାଚନ କମିଶନ ଆଜି ଝାରଖଣ୍ଡ ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି । ଏଥିସହ କେରଳର ୱାୟନାଡ ଲୋକସଭାର ଉପ ନିର୍ବାଚନର ତାରିଖ ମଧ୍ୟ ଘୋଷଣା ହୋଇଛି । ୨୦୨୪ ଲୋକସଭା ନିର୍ବାଚନ ବେଳେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧି ଏଠାରେ ରେକର୍ଡ ବିଜୟ ହାସଲ କରିଥିଲେ । ଏଥିସହ ସେ ରେଏବରେଲୀରୁ ମଧ୍ୟ ଜିତିଥିଲେ । ଫଳାଫଳ ବାହାରିବା ପରେ ତାଙ୍କୁ ୱାୟନାଡ ଆସନ ଛାଡିବାକୁ ପଡିଥିଲା । ଏଠାରେ ଆସନ ଖାଲି ପଡିଥିବାରୁ ଆଜି ନିର୍ବାଚନ କମିଶନ ଉପ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ଉପ ନିର୍ବାଚନରେ କଂଗ୍ରେସ ପକ୍ଷରୁ ୱାୟନାଡରୁ ପ୍ରିୟଙ୍କା ଗାନ୍ଧି ଭଦ୍ରା ଲଢିବେ ।
ମୁଖ୍ୟ ନିର୍ବାଚନ କମିଶନର ରାଜବୀ କୁମାରଙ୍କ ଘୋଷଣା ଅନୁଯାୟୀ, କେରଳର ୱାୟନାଡ ଲୋକସଭା ଆସନରେ ଉପ ନିର୍ବାଚନ ନଭେମ୍ବର ୧୩ରେ ଅନୁଷ୍ଠିତ ହେବ । ଏଥିପାଇଁ ଗ୍ୟାଜେଟ ନୋଟିଫିକେସନ ୧୮ ଅକ୍ଟୋବରରେ ପ୍ରକାଶ ପାଇବ । ନାମାଙ୍କନ ଦାଖଲ ଶେଷ ତାରିଖ ଅକ୍ଟୋବର ୨୫ ରହିଥିବା ବେଳେ ପ୍ରତ୍ୟାହାର ପାଇଁ ଅକ୍ଟୋବର ୩୦କୁ ଧାର୍ଯ୍ୟ କରାଯାଇଛି । ନଭେମ୍ବର ୧୩ରେ ଏଠାରେ ଭୋଟିଂ ହେବାକୁ ଥିବା ବେଳେ ନଭେମ୍ବର ୨୩ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ । ଏହାବାଦ ଦେଶର ବିଭିନ୍ନ ପ୍ରାନ୍ତରେ ଖାଲି ପଡିଥିବା ୪୭ଟି ବିଧାନସଭା ଆସନରେ ମଧ୍ୟ ଉପ ନିର୍ବାଚନ ନଭେମ୍ବର ୧୩ରେ ଅନୁଷ୍ଠିତ ହେବ । ମହାରାଷ୍ଟ୍ରର ଗୋଟିଏ ଲୋକସଭା ଆସନ ଓ ଉତ୍ତରାଖଣ୍ଡର ଗୋଟିଏ ବିଧାନସଭା ଆସନ ପାଇଁ ଉପ ନିର୍ବାଚନ ନଭେମ୍ବର ୨୦ରେ ଅନୁଷ୍ଠିତ ହେବ । ଏହି ଆସନ ଗୁଡିକରେ ଭୋଟ ଗଣତି ସହ ଫଳ ନଭେମ୍ବର ୨୩ରେ ପ୍ରକାଶ ପାଇବ ।