ଭିଏନ କଲେଜ ଅର୍ଥନୀତି ବିଭାଗ ନବାଗତଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ାା ପ୍ରଭାନୁ୍ୟଜ ।ା ବ୍ୟାସନଗର: ବ୍ୟାସନଗର ସ୍ୱୟଂଶାସିତ ମହାବିଦ୍ୟାଳୟ ଅର୍ଥନୀତି ବିଭାଗ ପକ୍ଷରୁ +୩ ପ୍ରଥମ ବର୍ଷର ଛାତ୍ରଛାତ୍ରୀ ମାନଙ୍କୁ ସ୍ୱାଗତ କରାଯାଇଛି । ବିଭାଗୀୟ ମୁଖ୍ୟ ଅଧ୍ୟାପକ ସନାତନ ଦାସଙ୍କ ସଭାପତିତ୍ତ୍ୱରେ ଆୟୋଜିତ ସ୍ୱାଗତ ସଭାରେ ଅତିଥି ଭାବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ହିମାଂଶୁ ଶେଖର ଦ୍ୱିବେଦୀ ଯୋଗଦେଇ ପ୍ରଦୀପ ପ୍ରଜ୍ୱଳନ କରିବା ସହିତ ଛାତ୍ରଛାତ୍ରୀମାନେ ନିଜର ଅଧ୍ୟବସାୟ ଫଳରେ ଶୀର୍ଷ ସ୍ଥାନରେ ପହଞ୍ଚି ପାରିବେ ବୋଲି ମତବ୍ୟକ୍ତ କରିଥିଲେ । କାର୍ଯ୍ୟକ୍ରମ ଆରମ୍ଭରେ ପ୍ରଭାଞ୍ଜଳି ପାତ୍ର ଓ ସାଥୀଙ୍କ ଦ୍ୱାରା ସ୍ୱାଗତ ସଂଗୀତ ଗାନ କରାଯାଇଥିଲା । ବର୍ଷାରାଣୀ ସାହୁ ସାଥୀ ସ୍ୱାଗତ ନୃତ୍ୟ ପରିବେଷଣ କରିଥିଲେ । ବିଭାଗୀୟ ମୁଖ୍ୟ ଅଧ୍ୟାପକ ଶ୍ରୀ ଦାସ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ବିଭାଗର ଅଧ୍ୟାପିକା ପ୍ରମୋଦିନୀ ତରାଇ, ଭାଗ୍ୟଲକ୍ଷ୍ମୀ ଦାସ ଓ ଅଧ୍ୟାପକ ମାଧବ ଦେହୁରୀ ଛାତ୍ରଛାତ୍ରୀମାନଙ୍କୁ ସ୍ୱାଗତ କରିଥିଲେ । କାର୍ଯ୍ୟକ୍ରମ ଶେଷରେ +୩ ତୃତୀୟ ବର୍ଷର ଛାତ୍ରୀ ଏଲିନା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।