ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ନୂଆବର୍ଷ ଶୁଭେଚ୍ଛା
ଭୁବନେଶ୍ୱର : ନୂଆବର୍ଷରେ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗକୁ ଶ୍ରେଷ୍ଠ ବିଭାଗ ଭାବେ ପରିଣତ କରିବା ପାଇଁ ଅଧିକାରୀ ଓ କର୍ମଚାରୀବୃନ୍ଦ ଉସôର୍ଗୀକୃତ ଭାବରେ କାର୍ଯ୍ୟ କରିବାକୁ ବିଭାଗୀୟ ମନ୍ତ୍ରୀ ଡା. କୃଷ୍ଣ ଚନ୍ଦ୍ର ମହାପାତ୍ର ଆହ୍ୱାନ ଜଣାଇଛନ୍ତି । ଆଜି ପୂର୍ବାହ୍ନରେ ବିଭାଗର ଅଧିକାରୀ ତଥା କର୍ମଚାରୀମାନଙ୍କୁ ନୂତନ ବର୍ଷର ଶୁଭକାମନା ଜ୍ଞାପନ କରି ମନ୍ତ୍ରୀ ଡ. ମହାପାତ୍ର ଏହି ମର୍ମରେ ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା ନିର୍ମାଣରେ ବିଭାଗର କ୍ରିୟାଶୀଳତା ଉପରେ ଗୁରୁତ୍ୱାରୋପ କରିଛନ୍ତି । ଖାରବେଳ ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଡା. ମହାପାତ୍ର ଇଂରାଜୀ ନୂଆବର୍ଷର ଶୁଭେଚ୍ଛା ଜଣାଇବା ସହିତ ସମସ୍ତଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଥିଲେ । ସରକାର ଗଠନର ଗୋଟିଏ ବର୍ଷ ପୂରଣ ହେଉଥିବା ଦୃଷ୍ଟିରୁ ଚଳିତ ବର୍ଷଟି ଗୁରୁତ୍ୱପୂର୍ଣ୍ଣ ଏବଂ ନିକଟରେ ଅନୁଷ୍ଠିତ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସ ସମାରୋହ ମଧ୍ୟ ଅଧିକ ତାତ୍ପର୍ଯ୍ୟପୂର୍ଣ୍ଣ ହେବ ବୋଲି ମନ୍ତ୍ରୀ ଦର୍ଶାଇଥିଲେ । ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ମନ୍ତ୍ରୀଙ୍କୁ ସ୍ୱାଗତ ଜଣାଇବା ସହିତ ସମସ୍ତଙ୍କୁ ନୂଆବର୍ଷର ଶୁଭେଚ୍ଛା ଜ୍ଞାପନ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ରାଜେଶ ପ୍ରଭାକର ପାଟିଲ, ପୌର ନିଦେ୍ର୍ଦଶକ ଦେବାଶିଷ ସିଂହଙ୍କ ସମେତ ବିଭାଗର ସମସ୍ତ ବରିଷ୍ଠ ପଦାଧିକାରୀ ଓ କର୍ମଚାରୀବୃନ୍ଦ ଉପସ୍ଥିତ ଥିଲେ ।