୧୯ ବର୍ଷରୁ କମ୍ ମହିଳା କ୍ରିକେଟ୍ ଟି-୨୦ ବିଶ୍ୱକପ୍ : ବିଶ୍ବବିଜୟୀ ଭାରତ

୧୯ ବର୍ଷରୁ କମ୍ ମହିଳା କ୍ରିକେଟ୍ ଟି-୨୦ ବିଶ୍ୱକପ୍ :  ବିଶ୍ବବିଜୟୀ ଭାରତ

୧୯ ବର୍ଷରୁ କମ୍ ମହିଳା ଟି-୨୦ ବିଶ୍ୱକପ୍ କ୍ରିକେଟରେ ପୁଣି ଇତିହାସ ରଚିଛି ଭାରତୀୟ ମହିଳା ଟିମ୍ । ଲଗାତାର ଦୁଇଥର ବିଶ୍ୱବିଜେତା ବନିଛି ଟିମ୍ ଇଣ୍ଡିଆ । କୁଆଲାଲୁମ୍ପୁରରର ଓଭାଲରେ ହୋଇଥିବା ଫାଇନାଲ୍ ଲଢ଼େଇରେ ଦକ୍ଷିଣ ଆଫ୍ରିକାକୁ ୯ ୱିକେଟରେ ମାତ୍ ଦେଇ ଭାରତୀୟ ମହିଳା ଦଳ ବିଶ୍ୱ ଚାମ୍ପିଅନ ବନିଛି । 
ପ୍ରଥମେ ଦକ୍ଷିଣ ଆଫ୍ରିକା ଟସ୍ ଜିଣି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା । ୨୦ ଓଭର ଖେଳି ଅଲଆଟ୍ ହୋଇ ମାତ୍ର ୮୨ ରନ୍ କରିବାକୁ ସକ୍ଷମ ହୋଇଥିଲା । ତେବେ ଭାରତ ୮୩ ରନ୍ ଟାର୍ଗେଟର ପିଛା କରି ୧୧.୨ ଓଭର ଖେଳି ବିଜୟ ହାସଲ କରିଛି । ଲଗାତାର ଦ୍ୱିତୀୟ ଥର ପାଇଁ ଭାରତୀୟ ମହିଳା ବିଶ୍ୱ ଚମ୍ପିଆନ ବନିଛି । ୨୦୨୩ରେ ସାଉଥ ଆଫ୍ରିକାରେ ଆୟୋଜିତ ମହିଳା ଟି-୨୦ ବିଶ୍ୱକପ୍ ଜିତିଥିଲା ଭାରତ ।