ବିଶ୍ୱ ପର୍ଯ୍ୟଟନ ଦିବସ
ାା ପ୍ରଭାନୁ୍ୟଜ ।ା ପଟ୍ଟାମୁଣ୍ଡାଇ: ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନିମପୁର ଶାସନ ନୋଡାଲ ହାଇସ୍କୁଲରେ ବିଶ୍ୱ ପର୍ଯ୍ୟଟନ ଦିବସ ପାଳିତ ହୋଇଯାଇଛି । ସ୍କୁଲର ପ୍ରଧାନଶିକ୍ଷକ ତପନ କୁମାର ରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉସôବରେ ପୂର୍ବତନ ସରପଞ୍ଚ ସୁବାଶ ଦାସ ଯୋଗଦେଇ ପର୍ଯ୍ୟଟନର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ । ଏହି ସଭାରେ ସହକାରୀ ଶିକ୍ଷୟିତ୍ରୀ ପ୍ରଜ୍ଞା ମହାଳିକ ସ୍ୱାଗତ ଭାଷଣ ଦେଇଥିଲେ । ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଏହି ଦିବସ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗୀତା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କୃତି ପ୍ରତିଯୋଗୀଙ୍କୁ ଅତିଥି ପୁରସ୍କାର ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ପର୍ଯ୍ୟଟନ ବିଭାଗ ପକ୍ଷରୁ ସହକାରୀ ଶିକ୍ଷୟିତ୍ରୀ ସରସ୍ୱତୀ ପଲାଇ ସଂଯୋଜନା କରିଥିଲେ । ଶେଷରେ ସହକାରୀ ଶିକ୍ଷୟତ୍ରୀ ମମତା ଷଡଙ୍ଗୀ ଧନ୍ୟବାଦ ଦେଇଥିଲେ ।