ଆସନ୍ତାକାଲି ପାଇଁ ଏହି ସବୁ ଜିଲାକୁ ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର: ଆସନ୍ତା ୩ ତାରିଖ ଯାଏ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତାକାଲି ପାଇଁ ୨୦ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ସେହି ଜିଲାଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର। ସେହିପରି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତିକୁ ୱାର୍ନିଂ କରାଯାଇଛି ।