ଅବସରକାଳୀନ ସମ୍ବର୍ଦ୍ଧନା ସଭା
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ତରଫରୁ ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଦପ୍ତରି ଦାନବୀର ଜଗତଙ୍କୁ ସରକାରୀ ସେବା କାର୍ଯ୍ୟରୁ ଅବସର କାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା । ନବରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ମହେଶ୍ୱର ଚନ୍ଦ୍ର ନାୟକ ଏବଂ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନବୀନ ଚନ୍ଦ୍ର ନାୟକଙ୍କ ଉପସ୍ଥିତିରେ ହୋଇଥିବା ବିଦାୟ କାଳୀନ ସମ୍ବର୍ଦ୍ଧନା ସଭାରେ ଶ୍ରୀ ଜଗତଙ୍କ କାର୍ଯ୍ୟଶୈଳୀ, କାର୍ଯ୍ୟଦକ୍ଷତା, ଅମାୟିକ ବନ୍ଧୁତା ଏବଂ ସମସ୍ତଙ୍କ ପ୍ରତି ଥିବା ତାଙ୍କର ନିଷ୍ଠାପର ସହଯୋଗକୁ ମନେ ପକାଇ ଶ୍ରଦ୍ଧାର ସହିତ କୃତଜ୍ଞତା ଜ୍ଞାପନ କରିବା ସହିତ ପ୍ରୋଭିଜିନାଲ ପେନସନ ମଧ୍ୟ ପ୍ରଦାନ କରିବା ସହିତ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ କାମନା କରି, ପରିବାର ସହ ଅବସର କାଳୀନ ବାକି ସମୟ ଶୁଭଙ୍କର ହେଉ ବୋଲି ଭଗବାନଙ୍କ ନିକଟରେ ପ୍ରାର୍ଥନା ଜଣାଇଥିଲେ । ଏହି ସଭାରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲା ସାମାଜିକ ଅଧିକାରୀ ପନକା ରବିନ୍ଦ୍ର, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ପାତ୍ର ଡେପୁଟି ଜିଲ୍ଲାପାଳ, ଗୀତାଞ୍ଜଳି ବେହେରା, ପି ମନସ୍ମିତା, ସମସ୍ତ ସହକାରୀ ଜିଲ୍ଲାପାଳ, ବିଜୟ ସାହୁ, ସୁରେଶ ପଟ୍ଟନାୟକ, ଜିତେନ୍ଦ୍ର ଚୌଧୁରୀ, ଅଜୟ ସାହୁ, ସତ୍ୟନାରାୟଣ ସାହୁ, ସୁବାସ ସାହୁ, ଯୋଛନା ଚୌଧୁରୀ, ସୁନୀଲ କୁମାର ଦାସ, ରାମ ଚନ୍ଦ୍ର ରଘୁ ମଣ୍ଡଳ, ସଞ୍ଜୀବ ପଣ୍ଡା,ଦିବାକର ପଟନାୟକ,ବିଶ୍ୱଜିତ ମହାନ୍ତି, ସୌରଭ ଦାସ, ରିନା ପାତ୍ର ପ୍ରମୁଖଙ୍କ ସମେତ ଜିଲ୍ଲା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।