ଅଭିଯୋଗ ଶୁଣାଣି ଶିବିର

 ତିର୍ତ୍ତୋଲ : ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ତିର୍ତ୍ତୋଲ ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି । ମୋଟ ୬୮ ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୫୫ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୩ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମସ୍ୟା ସମ୍ପର୍କୀୟ ୧୮ ଟି, ଆବାସ ଯୋଜନା ସମ୍ପର୍କୀୟ ୦୪ ଟି , ଜମିଜମା ସମସ୍ୟା ସମ୍ପର୍କୀୟ ୧୧ ଟି, ଭତ୍ତା ପାଇବା ପାଇଁ ୪ ଟି, ପୁଲିସ ସହାୟତା ପାଇଁ ୫ ଟି, ଏବଂ ଅନ୍ୟାନ୍ୟ ୭ ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୬ ଟି ଅଭିଯୋଗର ତକôାଳ ସମାଧାନ କରାଯାଇଥିଲା । ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ  ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ଜିଲ୍ଲା ପରିଷଦ ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ରବିନାରାୟଣ ଜେଠୀ, ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ତରାଇ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।