ଅଭିଯୋଗ ଶୁଣାଣି ଶିବିର
କୁଜଙ୍ଗ : ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର କୁଜଙ୍ଗ ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଶିବିରରେ ମୋଟ ୭୯ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ସମସ୍ୟା ସମ୍ପର୍କୀୟ ୬୮ ଗୋଟି, ଗୋଷ୍ଠୀଗତ ସମସ୍ୟା ସମ୍ପର୍କୀୟ /ଗ୍ରାମ୍ୟ ସମସ୍ୟା ସମ୍ପର୍କୀୟ ୧୧ ଟି, ବ୍ୟକ୍ତିଗତ ଅଭିଯୋଗ ମଧ୍ୟରୁ ରାସନ୍ କାର୍ଡ ସମସ୍ୟା ସମ୍ପର୍କୀୟ ୩ଟି, ଆବାସ ପାଇଁ ୮ ଟି, ଜମିଜମା ସମସ୍ୟା ସମ୍ପର୍କୀୟ ୨୬ ଟି, ଭତ୍ତା ପାଇବା ପାଇଁ ୮ ଟି, ପୁଲିସ ସହାୟତା ପାଇଁ ୪ ଟି ଏବଂ ଅନ୍ୟାନ୍ୟ ୧୫ଟି ଅଭିଯୋଗର ଶୁଣାଣି କରାଯାଇଥିଲା । ୪ ଟି ଅଭିଯୋଗର ତକôାଳ ସମାଧାନ କରାଯାଇଥିଲା । ଏଥିରେ ଆରକ୍ଷୀ ଅଧିକ୍ଷକ ଭବାନୀ ଶଙ୍କର ଉଦଗାତା, ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ନିରଞ୍ଜନ ବେହେରା ଓ ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ ।