ଅଭିଯୋଗ ଶୁଣାଣି ଶିବିର

 ଜଗତସିଂହପୁର/ନାଉଗାଁ: ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ନାଉଗାଁ ବ୍ଲକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ବରିଷ୍ଠ ଅଧିକାରୀ ମାନେ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ । ମୋଟ ୮୯ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା । ଗୋଟିଏ ଅଭିଯୋଗର ତତକାଳ ଫଇସଲା କରାଯାଇଥିଲା । ଶିବିରରେ ଆରକ୍ଷୀ ଅଧିକ୍ଷକ ଭବାନୀ ଶଙ୍କର ଉଦଗାତା, ଅତିରିକ୍ତ ଜିଲ୍ଲାପାଳ ଜ୍ୟୋତି ଶଙ୍କର ରାୟ, ଜିଲ୍ଲା ପରିଷଦର ମୁଖ୍ୟ ବିକାଶ ତଥା ନିର୍ବାହୀ ଅଧିକାରୀ ରବିନାରାୟଣ ଜେଠୀ, ଉପ ଜିଲ୍ଲାପାଳ ପ୍ରଶାନ୍ତ କୁମାର ତରାଇ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ନାଉଗାଁ, ନିରଞ୍ଜନ ପରିଡ଼ା, ନାଉଗାଁ ତହସିଲଦାର ଅକ୍ଷୟ କୁମାର ବଡୁ, ଜିଲ୍ଲା ସ୍ତରୀୟ ଅଧିକାରୀ, କ୍ଷେତ୍ରୀୟ ଅଧିକାରୀ, ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ ।