ଆଚାର୍ଯ୍ୟ ହରିହର ଦାସଙ୍କୁ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର : ଆଜି ପୂଣ୍ୟାତ୍ମା ଆଚାର୍ଯ୍ୟ ହରିହର ଦାସଙ୍କ ଜୟନ୍ତୀ ଅବସରରେ ଭୁବନେଶ୍ୱର ଆଚାର୍ଯ୍ୟ ବିହାର ପାଣିଟାଙ୍କି ସ୍ଥିତ ଆଚାର୍ଯ୍ୟଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ସୂଚନା ଓ ଲୋକସମ୍ପର୍କ ବିଭାଗ ନିଦେ୍ର୍ଦଶକ ସରୋଜ ସାମଲ, ବିଭାଗୀୟ ନିଦେ୍ର୍ଦଶକ (ବୈଷୟିକ) ସୁରେନ୍ଦ୍ରନାଥ ପରିଡା, ଅତିରିକ୍ତ ନିଦେ୍ର୍ଦଶକ ସନ୍ତୋଷ ଦାସ, ଉପ ନିଦେ୍ର୍ଦଶକ ସୁଚେତା ପ୍ରିୟଦର୍ଶିନୀ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମଣ ବେହେରା, ଅଚାର୍ଯ୍ୟ ବିହାର ପରିଷଦର ସଭାପତି ଭାଗବତ ପ୍ରସାଦ ଦାସଙ୍କ ସମେତ ଅନ୍ୟମାନେ ପ୍ରମୁଖ ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି । ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ଆଚାର୍ଯ୍ୟ ହରିହର ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ କରାଯାଉଥିବା ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ଣ ୮.୩୦ରେ ଅତିଥିମାନଙ୍କ ସହ ବିଭାଗର ବହୁ ଅଧିକାରୀ ଏବଂ କର୍ମଚାରୀ ମାଲ୍ୟାର୍ପଣ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।