ଆଜି ଚାଷୀଙ୍କୁ ମିଳିବ ପିଏମ କିଷାନ ଟଙ୍କା  

ଆଜି ଚାଷୀଙ୍କୁ ମିଳିବ ପିଏମ କିଷାନ ଟଙ୍କା  

ନୂଆଦିଲ୍ଲୀ : ଆଜି ଚାଷୀମାନଙ୍କୁ ମିଳିବ ପ୍ରଧାନମନ୍ତ୍ରୀ କୃଷକ ସମ୍ମାନ ନିଧି (ପିଏମ-କିଷାନ)ର ୨୧ତମ କିସ୍ତି ଟଙ୍କା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ପିଏମ କିଷାନ ଅନ୍ତର୍ଭୁକ୍ତ ସମସ୍ତ କୃଷକଙ୍କୁ ଡିବିଟି ମାଧ୍ୟମରେ ଟଙ୍କା ପ୍ରଦାନ କରାଯିବ । ଏହି କିସ୍ତିରେ ପ୍ରତି କୃଷକଙ୍କ ବ୍ୟାଙ୍କ ଖାତାରେ ୨୦୦୦ ଟଙ୍କା ଲେଖାଏଁ ଜମା ହେବ । ତାମିଲନାଡୁର କୋଇମ୍ବାଟୋରରୁ ଡ଼ିବିଟି ମାଧ୍ୟମରେ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପିଏମ-କିଷାନ ଯୋଜନାରେ ପ୍ରତି କୃଷକଙ୍କୁ ବାର୍ଷିକ ୬୦୦୦ ଟଙ୍କା ତିନିଟି କିସ୍ତିରେ ପ୍ରଦାନ କରାଯାଉଛି । ୨୦୧୯ ଫେବୃଆରୀ ୨୪ରେ ଆରମ୍ଭ ହୋଇଥିବା ଏହି ଯୋଜନାରେ ବର୍ତ୍ତମାନ ସୁଦ୍ଧା ୩.୭୦ ଲକ୍ଷ କୋଟି ଟଙ୍କା ପ୍ରଦାନ କରାଯାଇସାରିଲାଣି ।


    ଏନେଇ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ସୁଚନା ଦେଇଛନ୍ତି । ପ୍ରଧାନମନ୍ତ୍ରୀ କିଷାନର ୨୧ତମ କିସ୍ତି ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ସ୍ଥାନାନ୍ତରିତ ହେବ । ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ କିଷାନ) ଯୋଜନା ଅଧୀନରେ, ୨୧ତମ କିସ୍ତିର ଟଙ୍କା ଆଜି ସମସ୍ତ ଯୋଗ୍ୟ ଚାଷୀଙ୍କୁ ଦିଆଯିବ ।