ଆଜି ଧର୍ମେନ୍ଦ୍ରଙ୍କ ୟୁଏଇ ଗସ୍ତ : ଶିକ୍ଷା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ହେବ ମଜଭୁତ୍ 

 ନୂଆଦିଲ୍ଲୀ/ଭୁବନେଶ୍ୱର : ଭାରତ ଓ ୟୁଏଇ ମଧ୍ୟରେ ଶିକ୍ଷା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗକୁ ମଜଭୂତ୍ କରିବା ତଥା ଶୈକ୍ଷିକ ଉକôର୍ଷତା ଏବଂ ନବସୃଜନ ପରିସଂସ୍ଥାନ ପାଇଁ ରଣନୈତିକ ଭାଗିଦାରିତାକୁ ସୁଦୃଢ଼ କରିବା ଦିଗରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସେପ୍ଟେମ୍ବର ୧୦ରୁ ୧୧ ତାରିଖ ପର୍ଯ୍ୟନ୍ତ ଦୁଇଦିନିଆ ୟୁଏଇ ଗସ୍ତରେ ଯାଉଛନ୍ତି  । ଏହି ଗସ୍ତକାଳରେ ଶ୍ରୀ ପ୍ରଧାନ ଶିକ୍ଷା, ନବସୃଜନ ଏବଂ ଜ୍ଞାନ ଆଦାନପ୍ରଦାନରେ ସହଭାଗୀତାକୁ ଆଗକୁ ବଢ଼ାଇବା ଲକ୍ଷ୍ୟରେ ୟୁଏଇର ପ୍ରମୁଖ ନେତୃତ୍ୱ, ମନ୍ତ୍ରୀ, ନୀତି ନିର୍ଦ୍ଧାରକ, ଶିକ୍ଷାବିତ୍ ଏବଂ ଭାରତ ଓ ୟୁଏଇ ଅନୁଷ୍ଠାନର ପ୍ରତିନିଧିମାନଙ୍କ ସହିତ ଆଲୋଚନା କରିବେ  । ଶ୍ରୀ ପ୍ରଧାନ ଗସ୍ତର ପ୍ରଥମ ଦିନରେ ଆବୁଧାବିର ଶିକ୍ଷା ଏବଂ ଜ୍ଞାନ ବିଭାଗ (ଏଡିଇକେ)ର ଅଧ୍ୟକ୍ଷା ସାରା ମୁସଲ୍ଲମଙ୍କ ସହ ଆଲୋଚନା କରିବେ । ଆଇଆଇଟି ଦିଲ୍ଲୀ-ଆବୁଧାବୀ କ୍ୟାମ୍ପସ ପରିଦର୍ଶନ କରିବା ସହ ସେଠାରେ ଅଟଳ ଇନକୁ୍ୟବେସନ୍ ସେଣ୍ଟର (ପ୍ରଥମ ବିଦେଶୀ କେନ୍ଦ୍ର) ଉଦଘାଟନ କରିବା ସଙ୍ଗେସଙ୍ଗେ ପିଏଚଡି ଏବଂ ବି.ଟେକ୍ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ  । ଏହି ଅବସରରେ ଶ୍ରୀ ପ୍ରଧାନ କ୍ୟାମ୍ପସର ଛାତ୍ରଛାତ୍ରୀ ଏବଂ ଅଧ୍ୟାପକମାନଙ୍କ ସହିତ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି  । ଏହି ଗସ୍ତକାଳରେ ଶ୍ରୀ ପ୍ରଧାନ ଆବୁଧାବିର ବାପ୍ସ ହିନ୍ଦୁ ମନ୍ଦିର ପରିଦର୍ଶନ କରିବା ସହ ସିମ୍ବିୟୋସିସ୍ ବିଶ୍ୱବିଦ୍ୟାଳୟ, ଦୁବାଇ କ୍ୟାମ୍ପସର ପ୍ରଥମ ବାର୍ଷିକଉସôବରେ ଯୋଗଦେବେ  । ଗସ୍ତର ଅନ୍ତିମ ଦିନରେ ୟୁଏଇର ଉଚ୍ଚଶିକ୍ଷା ମନ୍ତ୍ରୀ ଡକ୍ଟର ଅବଦୁଲ ରେହମାନ ଅଲ ଆୱାରଙ୍କ ସହିତ ଆଇଆଇଏମ, ଅହମ୍ମଦବାଦର ଦୁବାଇ କ୍ୟାମ୍ପସର ଉଦଘାଟନୀ କାର୍ଯ୍ୟକ୍ରମରେ ସାମିଲ ହେବେ  । ଉଭୟ ମନ୍ତ୍ରୀ ଦୁଇ ଦେଶ ମଧ୍ୟରେ ଶିକ୍ଷା କ୍ଷେତ୍ରରେ ଚାଲିଥିବା ଦ୍ୱିପାକ୍ଷିକ ସହଯୋଗ ବିଷୟରେ ବିସ୍ତୃତ ଆଲୋଚନା କରିବେ ।